ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଡରାଇଲା କରୋନା; ସ୍କୁଲ ଖୋଲିବା ନିଷ୍ପତ୍ତି ପୁଣି ସ୍ଥଗିତ

0

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତିରୁ ଓହରିଲେ ସରକାର

ଭୁବନେଶ୍ବର: କରୋନା ସଂକ୍ରମଣ ହଠାତ୍ ବୃଦ୍ଧି ପାଇବା ଦେଖି ରାଜ୍ୟ ସରକାର ତାଙ୍କ ନିଷ୍ପତ୍ତିରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବିଦ୍ୟାଳୟ ପୁନଃ ଖୋଲାଯିବା ନିମନ୍ତେ ଆଦେଶ ଜାରି କରିଥିଲେ। ଏହି ଅଦେଶ ମୁତାବକ, ପାଖାପାଖି ୨୩ ହଜାର ବିଦ୍ୟାଳୟ ଆସନ୍ତା ଜାନୁଆରି ୩ ତାରିଖ (ସୋମବାର)ଠାରୁ ଖୋଲିବାର ବନ୍ଦୋବସ୍ତ କରାଯାଉଥିଲା। ବାକି ୩୦୯୩ ବିଦ୍ୟାଳୟକୁ ଜାନୁଆରି ୧୦ ତାରିଖ ଦିନଠାରୁ ଖୋଲିଥାନ୍ତା।

ଇତି ମଧ୍ୟରେ ପଦାଧିକାରୀମାନେ ବିଭିନ୍ନ ସ୍କୁଲଗସ୍ତକରି ବିଦ୍ୟାଳୟ ସହ ଜଡ଼ିତ ବ୍ୟକ୍ତିବିଶେଷମାନଙ୍କ ସହିତ ଆଲୋଚନା କରିଛନ୍ତି। ସାଂପ୍ରତିକ ସ୍ୱାସ୍ଥ୍ୟଜନିତ ପରିସ୍ଥିତି, ବିଶେଷ ଭାବରେ ବିଗତ ଦୁଇଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଏବଂ ଇତି ମଧ୍ୟରେ ବିଭିନ୍ନ ଉଚ୍ଚ ପଦାଧିକାରୀମାନଙ୍କ ରିପୋର୍ଟକୁ ନେଇ ପିଲାମାନଙ୍କ ବୃହତ୍ତର ସ୍ୱାସ୍ଥ୍ୟଗତ ହିତକୁ ଧ୍ୟାନରେ ରଖି ରାଜ୍ୟ ସରକାର ପ୍ରଥମ ଶ୍ରେଣୀଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି।

ତେବେ ଷଷ୍ଠ ଶ୍ରେଣୀଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଯଥାବିଧି ଜାରି ରହିବ। ଆସନ୍ତା ଜାନୁଆରୀ ୫ରୁ ୮ ତାରିଖ ପର୍ଯ୍ୟନ୍ତ ୧୦ମ ଶ୍ରେଣୀର ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସମେଟିଭ୍‌-୧ ପରୀକ୍ଷା ପୂର୍ବନିର୍ଦ୍ଧାରିତ ସୂଚୀ ଅନୁଯାୟୀ ସାମାଜିକ ଦୂରତା ଅବଲମ୍ବନ କରାଯାଇ ଯଥାବିଧି ଚାଲୁରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ।

Leave A Reply

Your email address will not be published.