ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୫୦% ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

0

ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ।

ନିଷ୍ପତ୍ତି ଅନୁଯାୟୀ, ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ।

Leave A Reply

Your email address will not be published.