ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

୫୦% ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

0

ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ।

ନିଷ୍ପତ୍ତି ଅନୁଯାୟୀ, ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ।

Leave A Reply

Your email address will not be published.