ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଟଙ୍କା ଦେଲେ ସରକାର, ମରାମତି ହେବ ଘର

0

ଘର ମରାମତି ପାଇଁ ଟଙ୍କା ପଠାଇଲେ ରାଜ୍ୟ ସରକାର । ରାଜ୍ୟରେ ବିଜୁ ପକ୍କା ଘର ସହାୟତା ପାଇଥିବା ଏବଂ ପାଇନଥିବା ପରିବାର ପାଇଁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଆଜି ଏହି ସହାୟତା ରାଶିର ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ।ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ୩ ହଜାରଟଙ୍କା ଓ ଘର ପାଇନଥିବା ହିତାଧିକାରୀଙ୍କୁ ୫ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୧ ଲକ୍ଷ ହିତାଧିକାରୀଙ୍କୁ ୧୪୪୪ କୋଟ ଟଙ୍କା ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଘର ମରାମତି ଓ ସହାୟତା ରାଶି ନିଜସ୍ୱ ପାଣ୍ଠିରୁ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ କହିଛନ୍ତି ଯେ, ଘର ଆମର ପରିଚୟ,ଆମର ସ୍ୱାଭିମାନ । ସବୁ କଚ୍ଚାଘରକୁ ପକ୍କା ଘର କରିବାକୁ ସରକାର ପ୍ରଯତ୍ନ ରହିଛନ୍ତି ।

ଗତ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରାୟ ୩୧ ଲକ୍ଷ ପରିବାରକୁ ଘର ମରାମତି ପାଇଁ ସହାୟତା ଦେବାକୁ ଘୋଷଣା କରିଥିଲେ । କହିଥିଲେ, ମୁଁ ଜାଣେ କୋଭିଡ ଯୋଗୁ ଆମର ଗରିବ ଲୋକ ମାନେ ବହୁ କଷ୍ଟରେ ଅଛନ୍ତି । ଛୋଟ ଛୋଟ ମରାମତି କରିବା ଏପରିକି ଚୂନ ଦେବା ପାଇଁ ମଧ୍ୟ ଆପଣମାନେ ବିଭିନ୍ନ୍ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଆପଣଙ୍କ ଏ କଷ୍ଟକୁ ମୁଁ ଅନୁଭବ କରୁଛି । ଏଥିପାଇଁ ରାଜ୍ୟ କ୍ୟାବିନେଟ ଏହି ଐତିହାସିକ ନିଷ୍ପତ୍ତି ନେଇ ଗରିବ ଲୋକଙ୍କୁ ସହାୟତା ଦେବା ପାଇଁ ସ୍ଥିର କରିଛି । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଭଲ ଘରଟିଏ ସମସ୍ତଙ୍କ ସ୍ୱପ୍ନ । ଓଡିଶା ଉପରେ ସବୁବେଳେ ବାତ୍ୟା ଓ ବନ୍ୟାର ଭୟ ରହିଛି ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର। ଅନ୍ୟପଟେ ମୁଖମନ୍ତ୍ରୀ ଏହି ଅଭିନବ ସହାୟତାକୁ ନେଇ ବିଭିନ୍ନ ଜିଲ୍ଲାର ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.