ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ଟଙ୍କା ଦେଲେ ସରକାର, ମରାମତି ହେବ ଘର

0

ଘର ମରାମତି ପାଇଁ ଟଙ୍କା ପଠାଇଲେ ରାଜ୍ୟ ସରକାର । ରାଜ୍ୟରେ ବିଜୁ ପକ୍କା ଘର ସହାୟତା ପାଇଥିବା ଏବଂ ପାଇନଥିବା ପରିବାର ପାଇଁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଆଜି ଏହି ସହାୟତା ରାଶିର ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ।ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ୩ ହଜାରଟଙ୍କା ଓ ଘର ପାଇନଥିବା ହିତାଧିକାରୀଙ୍କୁ ୫ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୧ ଲକ୍ଷ ହିତାଧିକାରୀଙ୍କୁ ୧୪୪୪ କୋଟ ଟଙ୍କା ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଘର ମରାମତି ଓ ସହାୟତା ରାଶି ନିଜସ୍ୱ ପାଣ୍ଠିରୁ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ କହିଛନ୍ତି ଯେ, ଘର ଆମର ପରିଚୟ,ଆମର ସ୍ୱାଭିମାନ । ସବୁ କଚ୍ଚାଘରକୁ ପକ୍କା ଘର କରିବାକୁ ସରକାର ପ୍ରଯତ୍ନ ରହିଛନ୍ତି ।

ଗତ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରାୟ ୩୧ ଲକ୍ଷ ପରିବାରକୁ ଘର ମରାମତି ପାଇଁ ସହାୟତା ଦେବାକୁ ଘୋଷଣା କରିଥିଲେ । କହିଥିଲେ, ମୁଁ ଜାଣେ କୋଭିଡ ଯୋଗୁ ଆମର ଗରିବ ଲୋକ ମାନେ ବହୁ କଷ୍ଟରେ ଅଛନ୍ତି । ଛୋଟ ଛୋଟ ମରାମତି କରିବା ଏପରିକି ଚୂନ ଦେବା ପାଇଁ ମଧ୍ୟ ଆପଣମାନେ ବିଭିନ୍ନ୍ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଆପଣଙ୍କ ଏ କଷ୍ଟକୁ ମୁଁ ଅନୁଭବ କରୁଛି । ଏଥିପାଇଁ ରାଜ୍ୟ କ୍ୟାବିନେଟ ଏହି ଐତିହାସିକ ନିଷ୍ପତ୍ତି ନେଇ ଗରିବ ଲୋକଙ୍କୁ ସହାୟତା ଦେବା ପାଇଁ ସ୍ଥିର କରିଛି । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଭଲ ଘରଟିଏ ସମସ୍ତଙ୍କ ସ୍ୱପ୍ନ । ଓଡିଶା ଉପରେ ସବୁବେଳେ ବାତ୍ୟା ଓ ବନ୍ୟାର ଭୟ ରହିଛି ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର। ଅନ୍ୟପଟେ ମୁଖମନ୍ତ୍ରୀ ଏହି ଅଭିନବ ସହାୟତାକୁ ନେଇ ବିଭିନ୍ନ ଜିଲ୍ଲାର ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.