ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଅଙ୍ଗନବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

0
  • ସେବା ନିବୃତ ହେଉଥିବା ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟକ ମାନଙ୍କ ପୋତ୍ସାହନ ରାଶିରେ ବୃଦ୍ଧି।
  • ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସବେତନ ଚିକିତ୍ସା ଛୁଟି ।
  • ଉପକୃତ ହେବେ ୧.୩୦ ଲକ୍ଷ ଅଙ୍ଗନବାଡି କର୍ମୀ

ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡି କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡି ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

୧. ଅଙ୍ଗନବାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.