ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅଙ୍ଗନବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

0
  • ସେବା ନିବୃତ ହେଉଥିବା ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟକ ମାନଙ୍କ ପୋତ୍ସାହନ ରାଶିରେ ବୃଦ୍ଧି।
  • ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସବେତନ ଚିକିତ୍ସା ଛୁଟି ।
  • ଉପକୃତ ହେବେ ୧.୩୦ ଲକ୍ଷ ଅଙ୍ଗନବାଡି କର୍ମୀ

ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡି କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡି ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

୧. ଅଙ୍ଗନବାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.