ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଏବେ କେମିତି ଅଛନ୍ତି ଲତା ମଙ୍ଗେସକର?

0

ସୁର ସାମ୍ରଜ୍ଞୀ ଲତା ମଙ୍ଗେସରଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ଫ୍ୟାନ୍ସଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତିକର ଖବର। କରୋନା ଓ ନିମୋନିଆରେ ପୀଡିତ ଥିବା ୯୨ ବର୍ଷୀୟା ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର ଆସିଛି। ଲତାଙ୍କ ଡାକ୍ତର ପ୍ରତୀତ ସମଧାନୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ସୂଚନା ଦେଇଛନ୍ତି।

ଡାକ୍ତର ପ୍ରତୀତ ସମଧାନୀ କହିଛନ୍ତି, ଲତା ମଙ୍ଗେସରକରଙ୍କୁ ବର୍ତମାନ ଆଇସିୟୁ ୱାର୍ଡରେ ରଖାଯାଇଛି। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟରେ ପୂର୍ବ ଅପେକ୍ଷା ଉନ୍ନତି ଆସିଛି। ପରିବାର ଲୋକଙ୍କଠୁ ଆରମ୍ଭ କରି ଫ୍ୟାନ୍ସ ସମସ୍ତେ ଲତାଙ୍କ ଆରୋଗ୍ୟ କାମନା କରି ଭଗବାନଙ୍କୁ ପ୍ରାର୍ଥନା କରୁଛନ୍ତି। ଲତା ମଙ୍ଗେସକର କରୋନା ସଂକ୍ରମିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଲତାଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ସ୍ୱତନ୍ତ୍ର ନଜର ରଖିଛନ୍ତି।

ଏବେ ଲତାଙ୍କୁ ଆଉ କିଛି ଦିନ ହସ୍ପିଟାଲରେ ରହିବାକୁ ପଡିବ । ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ଯେ, ଆଉ ୧୦ରୁ ୧୨ ଦିନ ଯାଏ ଡାକ୍ତରଙ୍କ ନଜରରେ ତାଙ୍କୁ ହସ୍ପିଟାଲରେ ରଖାଯିବ । ଲତାଙ୍କ ପାଖରେ କରୋନାର ସାମାନ୍ୟ ଲକ୍ଷଣ ଥିଲେ ବି ବୟସ କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.