ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ପଞ୍ଚାୟତ ନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ନିର୍ବାଚନ ଅଧିକାରୀ ମାନେ ବିଜ୍ଞପ୍ତି ଜାରି କରିଛନ୍ତି। ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଏବଂ ଜିଲ୍ଲା ଓ ବ୍ଲକ ଅଫିସରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ଥର ମୋଟ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିବା ବେଳେ ୧୭ରୁ ୨୧ ଜାନୁଆରି ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯିବ। ରାଜ୍ୟ ନିର୍ବାଚନ କମିସନ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ ବଜାଇ ତାରିଖ ଘୋଷଣା ପୂର୍ବରୁ କରିସାରିଛନ୍ତି।

ଫେବୃଆରି ୧୬ରୁ ୨୪ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଫେବୃଆରି ୧୬ରେ ପ୍ରଥମ ପର୍ଯ୍ୟାୟ, ୧୮ରେ ଦ୍ୱିତୀୟ ପର୍ଯ୍ୟାୟ, ୨୦ରେ ତୃତୀୟ ପର୍ଯ୍ୟାୟ, ୨୨ରେ ଚତୁର୍ଥ ପର୍ଯ୍ୟାୟ, ୨୪ରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ହେବ। ପ୍ରତ୍ୟେକ ପର୍ଯ୍ୟାୟ ନିର୍ବାଚନ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ ଜାନୁଆରି ୧୭ରୁ ୨୧ ଯାଏଁ ନାମାଙ୍କନ ପତ୍ର ଦାଖଲ ଥିବା ବେଳେ ଜାନୁଆରି ୨୨ରେ ନାମାଙ୍କନ ପତ୍ର ଯାଞ୍ଚ, ୨୫ ଜାନୁଆରି ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ସେହିଦିନ ଅର୍ଥାତ ଜାନୁଆରି ୨୫ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ।

ସେହିପରି ଚଳିତ ଥର ରାଜ୍ୟର ସମସ୍ତ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଭୋଟ ଗଣତି ହେବ। ଫେବୃଆରି ୨୬,୨୭,୨୮ରେ ଭୋଟ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ। ପ୍ରତ୍ୟେକ ଦିନ ଗୋଟିଏ ବ୍ଲକରେ ଗୋଟିଏ ଜିଲ୍ଲା ପରିଷଦ ଜୋନରେ ଭୋଟ ଗଣତି କରାଯିବ। ସେହି ଜିଲ୍ଲା ପରିଷଦ ଜୋନରେ ଯେତେ ସରପଞ୍ଚ ଓ ସମିତି ସଭ୍ୟ ଥିବେ ସେମାନଙ୍କର ମଧ୍ୟ ଭୋଟ ଗଣତି ସେହିଦିନ ହେବ।

ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପରେ ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପାଇଁ ନିର୍ବାଚନ ହେବ। ମାର୍ଚ୍ଚ ୨୩ରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ଅନ୍ୟପଟେ ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ମାର୍ଚ୍ଚ ୧୩ରେ ନିର୍ବାଚନ ହେବାକୁ ଥିବା ବେଳେ ମାର୍ଚ୍ଚ ୨୫ରେ ଜିଲ୍ଲା ପରିଷଦ ଉପସଭାପତି ପାଇଁ ନିର୍ବାଚନ ହେବ। ସେହିପରି ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ପାଇଁ ନିର୍ବାଚନ ହେବ।

Leave A Reply

Your email address will not be published.