ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଜାନୁଆରୀ ୩୧ରୁ ବଜେଟ୍ ଅଧିବେଶନ

0

ବଜେଟ ଅଧିବେଶନ ନେଇ ବଡ଼ ସୂଚନା ସାମନାକୁ ଆସିଛି । ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଫେବୃଆରୀ ୧ ତାରିଖରେ କେନ୍ଦ୍ରୀୟ ବଜେଟ ସଂସଦରେ ଉପସ୍ଥାପିତ ହେବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ବର୍ଷର ବଜେଟ ଉପସ୍ଥାପନା କରିବେ । ଏହା ସହିତ ସୂଚନା ରହିଛି ଯେ, ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ରଖାଯାଇପାରେ । ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଫେବୃଆରୀ ୧୧ ମଧ୍ୟରେ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ଯାଏ ହେବ । ସୂଚନା ଅନୁସାରେ ସିସିପିଏ ଦ୍ୱାରା ଏଭଳି ସୁପାରିସ କରାଯାଇଛି ।

ଫେବୃଆରୀ ୧ରେ ଉପସ୍ଥାପିତ ହେବାକୁ ଥିବା ସାଧାରଣ ବଜେଟ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସରକାର ଏହି ବଜେଟରେ ମଧ୍ୟ କୃଷି ପ୍ରତି ବିଶେଷ ଧ୍ୟାନ ଦେବେ । ତେବେ ପୂର୍ବରୁ ସଂସଦର କିଛି କର୍ମଚାରୀ କରୋନା ସଂକ୍ରମିତ ହେବା ପରେ ବଜେଟ ଅଧିବେଶନ ନେଇ ଆଶଙ୍କା ପ୍ରକାଶ ପାଇଥିଲା । କୋଭିଡ ସଂକ୍ରମଣ ଭୟ ଭିତରେ ବଜେଟ ଅଧିବେଶନ କିଭଳି ବସିବ ତାକୁ ନେଇ ରାଜନୀତି କରିଡରରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.