ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ନେଇ ବୈଠକ

0
  • ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ପ୍ରଶାସନ କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
  • ଆଗ ଧାଡିର କର୍ମକର୍ତ୍ତା ଓ ବୟସ୍କ ମାନଙ୍କୁ ବୁଷ୍ଟର ଡୋଜ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
  • ଭୟଭୀତ ନ ହେଇ କୋଭିଡ ସୁରକ୍ଷା ନିୟମାବଳୀ ପାଳନ କରିବା ପାଇଁ ଜନସାଧାରମଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ।

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତା ସହିତ ବରିଷ୍ଠ ନାଗରିକ ଓ ଆଗ ଧାଡିର ଯୋଦ୍ଧାମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି । ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତା ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନକ ରହିଛି ବୋଲି ଶ୍ରୀ ଶର୍ମା ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ ।

Leave A Reply

Your email address will not be published.