ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଦେଶରେ ୫ ଲକ୍ଷ ଟପିଲା କରୋନା ମୃତ୍ୟୁ

0

କମୁଛି କରୋନା ସଂକ୍ରମଣ । ଧୀରେ ଧୀରେ କରୋନାର ତୃତୀୟ ଲହରର ପ୍ରକୋପ କମିବାରେ ଲାଗିଛି । ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଏକ ଲକ୍ଷ ୪୯ ହଜାର ୩୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି ୧୩ ପ୍ରତିଶତ କମ ମାମଲା ଆସିଛି । ଗତକାଲି ଲକ୍ଷେ ୭୨ ହଜାର ୪୩୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଦୈନିକ ସଂକ୍ରମଣ ହାର ରହିଛି ୯.୨୭ ପ୍ରତିଶତ । ସେହିପରି ଦିନକରେ ୧ ହଜାର ୭୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଦେଶରେ ମୋଟ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିଛି । ୫ ଲକ୍ଷ ୫୫ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ୨ ଲକ୍ଷ ୪୬ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇଁ ୧୪ ଲକ୍ଷ ୩୫ ହଜାର ୫୬୯ରେ ପହଞ୍ଚିଛି । ଏଯାଏଁ ଦେଶରେ ଟିକା ନେଲେଣି ୧୬୮ କୋଟି ୪୭ ଲକ୍ଷ ୧୬ ହଜାର ୬୮ ।

ରାଜ୍ୟରେ କିଛି ଦିନ ତଳ ଉପର ହେବା ପରେ ଆଜି ୩ ହଜାର ତଳକୁ ଖସିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୨ ହଜାର୬୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୫୬୮ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୯ ଜଣ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ମଧ୍ୟରେ ୪୩୫ ଜଣ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ସୁନ୍ଦରଗଡ଼ରୁ ୨୯୧, କଟକରୁ ୧୩୮, ମୟୂରଭଞ୍ଜରୁ ୧୨୮,ଯାଜପୁରରୁ ୧୨୭,ବଲାଙ୍ଗୀରରୁ ୯୮,ନୟାଗଡରୁ ୯୬, କଳାହାଣ୍ଡିରୁ ୯୫,ସମ୍ବଲପୁରରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୨ ହଜାର ୧୦୨କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.