କରୋନା ସଂକ୍ରମଣ ହ୍ରାସ ହେଉଥିବାରୁ ଗୋଟିଏ ପରେ ଗୋଟିଏ ରାଜ୍ୟ କଟକଣା କୋହଳ କରୁଛନ୍ତି । ଓଡିଶା ପରେ ଦେଶର ରାଜଧାନୀ ଦିଲ୍ଲୀରେ ଆସନ୍ତା ୭ ତାରିଖରୁ ଅର୍ଥାତ ସୋମବାରରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ୭ ତାରିଖରୁ ନବମରୁ ଦ୍ୱାଦଶ ଶ୍ରେଣୀଗୃହ ପାଠପଢା ଆରମ୍ଭ ହେବ । ଏହା ପରେ ୧୪ ତାରିଖରୁ ନର୍ସରୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲ ଯିବେ । ଏହା ସହ ନାଇଟ କର୍ଫ୍ୟୁ ସମୟକୁ କୋହଳ କରାଯାଇଛି । ଏଣିକି ଦିଲ୍ଲୀରେ ରାତି ୧୧ରୁ ଭୋର ୫ଯାଏଁ କର୍ଫ୍ୟୁ ଲାଗିବ । ପୂର୍ବରୁ ରାତି ୧୦ରୁ ନାଇଟ କର୍ଫ୍ୟୁ ଲାଗୁଥିଲା । ସ୍କୁଲ ସହିତ କଲେଜ, ଜିମ୍, ସ୍ପା, କୋଚିଂ ସେଂଟର ସୁଇମିଂ ପୁଲ ମଧ୍ୟ କଟକଣା ଭିତରେ ଖୋଲାଯିବ । ସମସ୍ତ ଶିକ୍ଷାନୁଷ୍ଠାନରେ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ସ୍କୁଲ ଖୋଲିଲେ ମଧ୍ୟ ଟିକା ନନେଇଥିବା ଶିକ୍ଷକଙ୍କୁ କ୍ଲାସ କରିବାକୁ ଅନୁମତି ମିଳିବ ନାହିଁ । ମାସ୍କ ପିନ୍ଧିବା ନିୟମ ଉପରେ ମଧ୍ୟ କିଛିଟା ପରିବର୍ତ୍ତନ କରାଯାଇଛି । କାରରେ ଏକୁଟିଆ ଯାଉଥିଲେ ମାସ୍କ ପିନ୍ଧିବାର କୌଣସି ଆବଶ୍ୟକତା ନାହିଁ । ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଶତ ପ୍ରତିଶତ କ୍ଷମତାରେ ଚାଲିବ । କଟକଣା କୋହଳ ନେଇ ଉପୁମଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍ ଭୋଟରଙ୍କୁ SIR ନୋଟିସ୍
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ