ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର..

0

ସୁର ସାମ୍ରଜ୍ଞୀ ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । ଗତ ୨୭ ଦିନ ଧରି ଲତା ମଙ୍ଗେସକର ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣି ଖରାପ ହେବାକୁ ତାଙ୍କୁ ଭେଣ୍ଟିଲେଟରକୁ ସିଫ୍ଟ କରାଯାଇଛି । କିଛି ଦିନ ପୂର୍ବରୁ ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ ସାମନ୍ୟ ଉନ୍ନତି ଆସିଥିଲା ଏହା ପରେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଥିଲା । କିନ୍ତୁ ପୁଣି ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ଜାନୁଆରୀରେ ୮ ତାରିଖରେ କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ କରୋନା ସହ ତାଙ୍କୁ ନିମୋନିଆ ହୋଇଯାଇଥିଲା ।

ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟ ଉପରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ନଜର ରଖିଛନ୍ତି । ୯୨ ବର୍ଷୀୟା ଲତା କିଭଳି ସୁସ୍ଥ ହୋଇ ଘରକୁ ଫେରିବେ ସେ ନେଇ ତାଙ୍କ ଫ୍ୟାନ୍ସ ମାନେ ମଧ୍ୟ ଭଗବାନଙ୍କୁ ପ୍ରାର୍ଥନା କରୁଛନ୍ତି । କିଛି ଦିନ ତଳେ ଲତାଙ୍କ ଦେହାନ୍ତ ଖବର ନେଇ ଗୁଜବ ପ୍ରଚାର ହୋଇଥିଲା । ସୋସିଆଲ ମିଡିଆରେ ମିଛ ଖବର ପ୍ରଚାର ପରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଲତାଙ୍କ ପ୍ରବକ୍ତା କହିଥିଲେ । ଭାରତ ରତ୍ନ ଉପାଧୀ ପାଇଥିବା ଲତା ନିଜର କଣ୍ଠର ଜାଦୁରେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି ।

Leave A Reply

Your email address will not be published.