ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’

୫ ସରକାରୀ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

0

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଜଣ ସରକାରୀ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଏଥିରେ ଇଞ୍ଜିନିୟର ର୍ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର ,ରେଭିନ୍ୟୁ ସୁପରଭାଇଜର ଅଛନ୍ତିା ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଯାଏଁ ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦେଲେଣି ରାଜ୍ୟ ସରକାର । ଯେଉଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ସେମାନଙ୍କ ମଧ୍ୟରେ ଅଛନ୍ତି ବାରିପଦାର ଆଇଟିଡିଏର ଆସିଷ୍ଟାଣ୍ଟ ଇଞ୍ଜିନିୟର ସନ୍ତୋଷ କୁମାର ଦାସ । ସନ୍ତୋଷଙ୍କ ନାଁଁରେ ଗୋଟିଏ ଦୂର୍ନୀତି ଅଭିଯୋଗ ରହିଛି । ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଛି । ସେଥିପାଇଁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଚଢାଉ ବେଳେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘର ନଗଦ ଜବତ କରାଯାଇଥିଲା । ତାଙ୍କୁ ଭୁବନେଶ୍ୱର ବରଗଡରେ ଦୁଇତାଲା ଘର, ଶୈଳଶ୍ରୀ ବିହାର ଫ୍ଲାଟ,କଳିଙ୍ଗ ବିହାରରେ ଏକ ଅର୍ଦ୍ଧି ନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ୱରରେ ମଧ୍ୟ ୩ଟି ପ୍ଲଟ ରହିଛି ।

ଜଗତସିଂହପୁର ବାଲିକୁଦାର ଗୋଷ୍ଠୀ ଉନ୍ନୟନ୍ନ ପ୍ରକଳ୍ପ ଅଧିକାରୀ ଶୀମତୀ ସରଳା ଦେଇ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ତାଙ୍କର ଭୁବନେଶ୍ୱରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ଜଗତସିଂହପୁରରେ ୨ଟି ପ୍ଲଟ ରହିଛି । ଏଥିସହିତ ଟଙ୍କା ଓ ସୁନାଗହଣା ମଧ୍ୟ ଜବତ କରାଯାଇଛି । ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୁଲିସ ଇନ୍ସପେକ୍ଟର ଶ୍ରୀ ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଛି । ଅପାରଗତା ଓ ବିଶୃଙ୍ଖଳା ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ସେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁ ଲାଞ୍ଚ ଦାବି କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.