ପ୍ରମୁଖ ଖବର

ମାତୃ ଓ ଶିଶୁ ସ୍ୱାସ୍ଥ୍ୟସେବା ସୁଦୃଢ଼ ପାଇଁ ‘ଜନନୀ’ ଡିଜିଟାଲ୍ ପ୍ଲାଟଫର୍ମ ଆରମ୍ଭ
ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
‘ଦେଶର ଅଭିବୃଦ୍ଧିର ନୂଆ କେନ୍ଦ୍ର ହେବ ପୂର୍ବ ଉପକୂଳ’: ମୋହନ ମାଝୀଙ୍କ ଆହ୍ୱାନ
ବିହାରର ସାହାରସାରେ ମଧ୍ୟାହ୍ନ ଭୋଜନ ଖାଇ ୨୫୦ରୁ ଅଧିକ ଶିଶୁ ଅସୁସ୍ଥ
ନିଶାନ୍ତ କୁମାରଙ୍କ ସହ ୩୨ ଜଣ ମନ୍ତ୍ରୀ ଶପଥ ନେଲେ
ନିର୍ବାଚନରେ ଜାଲିଆତି ଅଭିଯୋଗ: ସୁପ୍ରିମକୋର୍ଟ ଯିବ ଟିଏମସି
ମୁଁ ଇସ୍ତଫା ଦେବି ନାହିଁ, ମୋତେ ବହିଷ୍କାର କରନ୍ତୁ: ମମତା ବାନାର୍ଜୀ

କାଲି ପ|ଞ୍ଚାୟତ ଭୋଟ, କ’ଣ କହିଲେ ନିର୍ବାଚନ କମିଶନ?

0

ରାତିପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ପ୍ରଥମ ପର୍ଯ୍ୟାୟ ଭୋଟ । ତେବେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ କେତେ ପ୍ରସ୍ତୁତ କରାଯାଇଛି ସେ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ଅପରାହ୍ନ ସୁଦ୍ଧା ସମସ୍ତ ପାଲିଂ ପାର୍ଟି ନିଜ ବୁଥରେ ପହଞ୍ଚିବେ। ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ ବ୍ଲକର ୧୬୬୯ ଗ୍ରାମପଞ୍ଚାୟତରେ ୨୦୦ଟି ଜିଲ୍ଲା ପରିଷଦ ସଭ୍ୟ ଆସନ ପାଇଁ ପଡିବ ଭୋଟ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏଁ ଚାଲିବ।

ଚଳିତ ଥର ମୋଟ ୨ କୋଟି ୭୯ ଲକ୍ଷରୁ ଅଧିକ ଭୋଟର ନିଜ ମତାଧିକାର ସାବ୍ୟସ୍ତ କରିବେ । ୬୭୯୪ ଗ୍ରାମ ପଞ୍ଚାୟତରେ ୯୧,୯୧୩ ୱାର୍ଡରେ ହେବ ଭୋଟ ଗ୍ରହଣ । ୯୧,୯୧୩ଟି ବୁଥରୁ ୧୩,୭୮୫ ବୁଥକୁ ସମ୍ବେଦନଶୀଳ ବୁଥ ଭାବରେ ଚିହ୍ନଟ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ମୋଟ ୨୨, ୩୭୯ଟି ବୁଥରେ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ଭୋଟ ଦେବେ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୩୫୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୦୦ ଜିଲ୍ଲା ପରିଷଦ ଆସନ ପାଇଁ ୭୨୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ।

କରୋନା କାଳରେ ନିର୍ବାଚନ ହେଉଥିବାରୁ କଟକଣାକୁ କଡାକଡି କରାଯାଇଛି । ଭୋଟ ଗ୍ରହଣ କେନ୍ଦ୍ରରେ ସାମାଜିକ ଦୂରତା ସହ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯିବ । ଚଳିତ ନିର୍ବାଚନରେ ୩୭,୨୪୫ ଜଣ ପୁଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବା ରାଜ୍ୟ ନିର୍ବାଚନ କମିଶନ କହିଛନ୍ତି । ଭୋଟ ପରିଚୟ ପତ୍ର ଦେଖାଇ ଭୋଟର ଭୋଟ ଦେଇପାରିବେ।

Leave A Reply

Your email address will not be published.