ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ନିର୍ବାଚନ ପୂର୍ବରୁ ଆଖିବୁଜିଲେ ସରପଞ୍ଚ ପ୍ରାର୍ଥୀ, ବନ୍ଦ ରହିଲା ମତଦାନ

0

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ଆସିଛି ଦୁଃଖଦ ଖବର । ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ । ଫଳରେ ମତଦାନ ବନ୍ଦ ରହିଛି । କଟକ ସଦର ବ୍ଲକର ଯଶପଡା ପଞ୍ଚାୟତରେ ଏଭଳି ଦୁଃଖଦ ଘଟଣା ଘଟିଛି । କଟକ ସଦର ବ୍ଲକର ଯଶପଡ଼ା ପଞ୍ଚାୟତରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦିତା କରୁଥିଲେ ନମିତା ବେହେରା । ହେଲେ ହଠାତ ନିର୍ବାଚନ ପୂର୍ବରୁ ତାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି । ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ମତଦାନ ଏବେ ପାଇଁ ବନ୍ଦ ରହିଥିବା କଟକ ବିଡିଓ ସୂଚନା ଦେଇଛନ୍ତି ।
ସେହିପରି ବରଗଡରେ ମଧ୍ୟ ଏଭଳି ଏକ ଦୁଃଖଦ ଘଟଣା ଘଟିଛି । ବରଗଡ ଗୋବିନ୍ଦପୁର ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରୁଥିବା ବାଲ୍ମିକୀ ପ୍ରଧାନ ଆଖିବୁଜିଛନ୍ତି । ତାଙ୍କର ହୃଦଘାତରେ ପରଲୋକ ହୋଇଛି । ସେଠାରେ ଆସନ୍ତା ୨୪ରେ ହେବାକୁ ଥିବା ସରପଞ୍ଚ ନିର୍ବାଚନ ବନ୍ଦ ନେଇ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.