ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ପଞ୍ଚାୟତ ଲଢେଇ: ଭୋଟ ଦେଉଛି ଓଡିଶା

0

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଅପରାହ୍ନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ହଜାରେ ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ। ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ଏହି ନିର୍ବାଚନରେ ବହୁ ବଡ଼ ବଡ଼ ନେତାଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି। ତାଙ୍କ ଦାୟିତ୍ୱରେ ଥିବା ଅଞ୍ଚଳରେ କେତେ ପ୍ରାର୍ଥୀଙ୍କୁ ଜିତାଇପାରୁଛନ୍ତି ସେହି ଅନୁସାରେ ତାଙ୍କ ପତିଆରା ସାବ୍ୟସ୍ତ ହେବ।

ଆଜି ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ମୋଟ ୮୫୩ଟି ଜିଲ୍ଲାପରିଷଦ ଜୋନ ଭିତରୁ ୨୦୦ଟିରେ ଭୋଟ ଗ୍ରହଣ କରାଯାଉଛି। ୨୦୦ଟି ଜିଲ୍ଲା ପରିଷଦ ଆସନ ସମେତ ୧୬୬୯ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦ ପାଇଁ ଭୋଟ ଗ୍ରହଣ କରାଯାଉଛି। ସେହିପରି ୨୨,୩୭୯ଟି ୱାର୍ଡ ସଭ୍ୟ ପାଇଁ ମତଦାନ ଚାଲିଛି। ଆଜି ୬୭ ଲକ୍ଷ ୫୧ ହଜାର ଭୋଟର ସେମାନଙ୍କ ମତାଧିକାରୀ ସାବ୍ୟସ୍ତ କରିବେ।

ରାଜ୍ୟରେ ମୋଟ ୧୩ ହଜାର ୭୮୫ଟି ଉେ ଜନା ପ୍ରବଣ ବୁଥ ଚିହ୍ନଟ ହୋଇଛି। ୩ ହଜାର ୩୫୭ଟି ଉତ୍ତେଜନା ପ୍ରବଣ ବୁଥରେ ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ୨୨୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ଅଛନ୍ତି। ମାଓ ପ୍ରବଣ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସମ୍ବେଦନଶୀଳ ବୁଥରେ ଭୋଟ ଗ୍ରହଣ ବେଳେ ଫୋଟୋଗ୍ରାଫି ଓ ଭିଡିଓଗ୍ରାଫିର ବ୍ୟବସ୍ଥା ହୋଇଛି। ରାଜ୍ୟରେ ମୋଟ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ଆଜି ପ୍ରଥମ ପର୍ଯ୍ୟାୟ
ମତଦାନ ଥିବା ବେଳେ ଫେବୃଆରି ୧୮ରେ ଦ୍ୱିତୀୟ ପର୍ଯ୍ୟାୟ, ୨୦ରେ ତୃତୀୟ, ୨୨ରେ ଚତୁର୍ଥ ଓ ୨୪ରେ ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଫେବୃଆରି
୨୬,୨୭ ଓ ୨୮ରେ ଭୋଟ ଗଣତି କରାଯିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ବ୍ଲକ ସ୍ତରରେ ଭୋଟ ଗଣତି କରାଯିବ।

Leave A Reply

Your email address will not be published.