ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପଞ୍ଚାୟତ ଲଢେଇ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପଡୁଛି ଭୋଟ୍‌

0

ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ଦିନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ୩୦ଟି ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୫୧୪ ପଞ୍ଚାୟତର ୨୦ ହଜାର ୪୩୫ ବୁଥରେ ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ନିଜର ମତାଧିକାରୀ ସାବ୍ୟସ୍ତ କରିବେ।
ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ କିଛି ଜାଗାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଯେମିତି ସେଭଳି ନହୁଏ ତା ଉପରେ ଗୁରୁତ୍ୱ ଦିଆଯାଇଛି । ମତଦାନ ବେଳେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ୨୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।୨୦ ହଜାର ୪୩୫ ବୁଥରୁ ୩ ହଜାର ୬୫ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି। କେତକ ସ୍ଥାନରେ ସକାଳେ ମକ୍ ଭୋଟିଂ କରାଯାଇଛି। ଏକାସାଙ୍ଗେ ୪ଟି ପଦବୀ ପାଇଁ ଭୋଟିଂ ହେଉଥିବାରୁ ବେଶ ସତର୍କତା ଅବଲମ୍ବନ କରାଯାଇଛି ।

ପ୍ରଥମେ ସରପଞ୍ଚ , ତାପରେ ୱାର୍ଡମେମ୍ବର,ପରେ ପଞ୍ଚାୟତ ସମିତି ସଭ୍ୟ ଶେଷରେ ଜିଲ୍ଲା ପରିଷଦ ସଦସ୍ୟଙ୍କ ଲାଗି ଉଦ୍ଦିଷ୍ଟ ବାଲାଟ ପେପରରେ ଭୋଟ ଦେବେ ଲୋକ। ଦ୍ୱିତୀୟ ପର୍ଯ୍ୟାୟରେ ବହୁ ବଡ଼ ବଡ଼ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ଏମାନଙ୍କ ମଧ୍ୟରେ ଅଛନ୍ତି ବିଜେଡିର ବ୍ୟୋମକେଶ ରାୟ,ଦେବୀ ମିଶ୍ର, ଉଷା ଦେବୀ,ପଦ୍ମନାଭ ବେହେରା ଓ ସମୀର ଦାସ। ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପରେ ୨୬ରୁ ୨୮ ପର୍ଯ୍ୟନ୍ତ ଭୋଟ ଗଣତି ହେବ।

Leave A Reply

Your email address will not be published.