ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାଲି ପୁରୀ ଆସିବେ ରାଷ୍ଟ୍ରପତି, ମହାପ୍ରଭୁଙ୍କୁ କରିବେ ଦର୍ଶନ

0

ଆସନ୍ତାକାଲି ପୁରୀ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆସନ୍ତାକାଲି ମଧ୍ୟାହ୍ନ ୧୨.୨୫ ମିନିଟରେ ଦିଲ୍ଲୀ ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ବାହାରିବେ ରାଷ୍ଟ୍ରପତି । ୨ଟା ୨୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହା ପରେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ବାହାରି ୩ଟା ୨୫ ମିନିଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ । ସେଠାରୁ ସିଧାସଳଖ ରାଜଭବନ ଯିବେ । ୫ଟାରୁ ୫ଟା ୪୫ ଶ୍ରୀମନ୍ଦିରକୁ ଯିବା ସହ ମହାପ୍ରଭୁଙ୍କ ଦର୍ଶନ କରିବେ । ସେହିପରି ୨୦ ତାରିଖ ଦିନ ୧୦ଟା ୪୦ରେ ପୁରୀ ଗୌଡିଆ ମିସନ ପ୍ରତିଷ୍ଠାତ ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ ତମ ଜନ୍ମବାର୍ଷିକି ସମାରୋହରେ ଯୋଗଦେବେ । ସେହିଦିନ ୪ଟା ୪୦ ମିନିଟରେ ଓଡିଶା ଛାଡିବେ ରାଷ୍ଟ୍ରପତି ।

Leave A Reply

Your email address will not be published.