ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

0

ଓଡିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନଯୋଗେ ଯୋଗେ ଆସି ପହଞ୍ଚିଥିଲେ ରାଷ୍ଟ୍ରପତି ।
ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇଥିଲେ । ଏହା ପରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯାଇଥିଲେ ରାଷ୍ଟ୍ରପତି । ୩ଟା ୦୫ ମିନିଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ରାଷ୍ଟ୍ରପତି ପହଞ୍ଚିଥିଲେ । ସେଠାରୁ ବାହାରି ରାଜଭବନ ଯାଇ ସେଠାରେ ଅବସ୍ଥାନ କରିଛନ୍ତି । ପୁରୀ ରାଜଭବନରେ ବିଶ୍ରାମ ନେବା ପରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ୪ଟା ୫୦ ମିନିଟରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯାଇ ,ସନ୍ଧ୍ୟା ୫ଟାରୁ ୫ଟା ୪୫ ମିନିଟ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ଧରି ରାଷ୍ଟ୍ରପତି ରହିଲେ।

ଏହାକୁ ନଜରରେ ରଖି ସୁରକ୍ଷା ଦୃଷ୍ଟିରୁ ୪ଟାରୁ ୬ଟା ପର୍ଯ୍ୟନ୍ତ ୨ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିଥିଲା । ରାଷ୍ଟ୍ରପତିଙ୍କ ଗସ୍ତକୁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୪୦ ପ୍ଲାଟୁନ ଫୋର୍ସ ଓ ୨ ଶହ ଅଧିକାରୀଙ୍କ ନିୟୋଜିତ କରାଯାଇଛି । ଆସନ୍ତାକାଲି ସକାଳେ ରାଷ୍ଟ୍ରପତି ଗୌଡୀୟ ମଠକୁ ଯାଇ ଆଳତୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ୧୫ ମିନିଟ ରହିବେ । ପରେ ଶରଧାବାଲି ଯାଇ ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟା ବିଶ୍ୱ ବୈଷ୍ଣବ ସାଧୁ ସମ୍ମିଳନୀରେ ଯୋଗଦେବେ ।

Leave A Reply

Your email address will not be published.