ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ତୃତୀୟ ପର୍ଯ୍ୟାୟ ମତଦାନ: ଭୋଟ ଦେଉଛି ଓଡିଶା

0

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ୬୭ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ୧୩୮୨ଟି ପଞ୍ଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ମତାଧିକାର ସାବ୍ୟସ୍ତ କରିବେ ଭୋଟର । ୧୭୧ ଟି ଜିଲ୍ଲା ପରିଷଦ ଜୋନରେ ମୋଟ ୬୭୦ ଜଣ ପ୍ରାର୍ଥୀ ଛିଡା ହୋଇଛନ୍ତି । ମତାଧିକାର ସାବ୍ୟସ୍ତ ପାଇଁ ବୁଥ ସାମନାରେ ଲୋକଙ୍କ ଲମ୍ବା ଲାଇନ ଲାଗିଛି ।

ତୃତୀୟ ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାର ୪୦୫ ଜଣ ଭୋଟର ୧୮,୪୯୫ଟି ବୁଥରେ ଭୋଟ ଦେବେ । ୨,୭୭୩ଟି ବୁଥକୁ ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି । ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତୃତୀୟ ପର୍ଯ୍ୟାୟରେ ବଡ଼ ବଡ଼ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଏମାନଙ୍କ ମଧ୍ୟରେ ଅଛନ୍ତି ମନ୍ତ୍ରୀ ଅରୁଣ ସାହୁ, ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟିକା ରୀତା ସାହୁ ଓ ବିଧାୟକ ସୁର ରାଉତରାୟ ।

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୭୭.୨% ମତଦାନ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୭୮.୩% ମତଦାନ ହୋଇଛି । ଅନ୍ୟପଟେ ୧୫ ବର୍ଷ ପରେ ରାୟଗଡା ଜିଲ୍ଲା ନିୟମଗିରିରେ ମତଦାନ ହେଉଥିବାରୁ ଡଙ୍ଗରିଆ କନ୍ଧଙ୍କ ମଧ୍ୟରେ ବେଶ ଉତ୍ସାହ ରହିଛି ।

Leave A Reply

Your email address will not be published.