ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

0

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜଣାପଡିଛି । ବାଛୋଳ ଗାଁରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ରହିଛି । ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ ଆଇଜି ନରସିଂହ ଭୋଳ ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ । ମତଦାନ ସମୟରେ ବୁଥ ଜଗରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ସୁଟ କରିଥିଲେ ସାମ୍ବାଦିକ । କିନ୍ତୁ ସତ ଲୁଚାଇବାକୁ ଯାଇ ସେମାନେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ମୋବାଇଲ ଛଡାଇନେଇଥିଲେ । ଯାହାକୁ ନେଇ ଚାରିଆଡେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । । ଗଣମାଧ୍ୟମ ଅନୁଷ୍ଠାନର ସମ୍ପାଦକ ମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ତୁରନ୍ତ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.