ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

0

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜଣାପଡିଛି । ବାଛୋଳ ଗାଁରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ରହିଛି । ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ ଆଇଜି ନରସିଂହ ଭୋଳ ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ । ମତଦାନ ସମୟରେ ବୁଥ ଜଗରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ସୁଟ କରିଥିଲେ ସାମ୍ବାଦିକ । କିନ୍ତୁ ସତ ଲୁଚାଇବାକୁ ଯାଇ ସେମାନେ ସାମ୍ବାଦିକଙ୍କ ମରଣାନ୍ତକ ଆକ୍ରମଣ କରିଥିଲେ । ମୋବାଇଲ ଛଡାଇନେଇଥିଲେ । ଯାହାକୁ ନେଇ ଚାରିଆଡେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । । ଗଣମାଧ୍ୟମ ଅନୁଷ୍ଠାନର ସମ୍ପାଦକ ମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ତୁରନ୍ତ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.