ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ୟୁକ୍ରେନରୁ ଫେରିଲେ ଓଡିଆ, ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ଆଶ୍ୱସ୍ତ’

0

ୟୁକ୍ରେନରୁ ଫେରିଲେ ଓଡିଆ । ୟୁକ୍ରେନରୁ ଫେରି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଓଡିଆ ଛାତ୍ରଙ୍କ ସହ ଆଲୋଚନା କରି କହିଛନ୍ତି, ଓଡିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଁ ଆଶ୍ୱସ୍ତ । ୟୁକ୍ରେନରେ ଫସିରହିଥିବା ଅନ୍ୟ ଓଡିଆଙ୍କୁ ଉଦ୍ଧାର ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଛାତ୍ରମାନେ ସେମାନଙ୍କର ଅଭିଜ୍ଞତା କହିଥିଲେ । କିଭଳି ସେମାନେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀମାନଙ୍କ ସହିତ ବୁକାରେଷ୍ଟ ଯାଇ ସେଠାରୁ ବିମାନ ଯୋଗେ ନୂଆ ଦିଲ୍ଳୀ ଆସିଲେ କହିଛନ୍ତି । ଏହା ସହ ଅନ୍ୟ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ଉଦ୍ଧାର କରିବାକୁ ନିବେଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ , ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏôବଂ ଆଉ ଥରେ ଏନେଇ କଥାବାର୍ତ୍ତା କରି ପଦକ୍ଷେପ
ନିଆଯିବ ବୋଲି କହିଥିଲେ। ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନବନ୍ଦରରେ ହେଲପ ଡେସ୍କ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଭୁବନେଶ୍ୱରରେ ପହଞ୍ଚିବା ପରେ ଓଟିଡିସି ବସ ଯୋଗେ ପିଲାଙ୍କୁ ଘରେ ପହଞ୍ଚାଇବାକୁ ନବୀନ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.