ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ବାରବାଟୀରେ ହେବ ଟି-୨୦ ମ୍ୟାଚ୍‌

0

ଓଡିଶାର କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର । ବାରବାଟୀକୁ ପୁଣି ଫେରିଲା ଟି୨୦ ଅନ୍ତର୍ଜାତୀୟ ମ୍ୟାଚ । ଜୁନ ୯ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ମ୍ୟାଚ ଖେଳାଯିବ । ବିସିସିଆଇ ଏନେଇ ଘୋଷଣା କରିଛି । ଏହା ପୂର୍ବରୁ କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ ଖେଳ ହୋଇପାରିନଥିଲା । ଜୁନ ୯ରୁ ୧୯ ତାରିଖ ଯାଏଁ ଦୁଇ ଦେଶ ମଧ୍ୟରେ ୫ ଟିକିଆ ଟି-୨୦ ସିରିଜ ଖେଳାଯିବ ବୋଲି ନିଷ୍ପତ୍ତି ହୋଇଛି। ମ୍ୟାଚଗୁଡିକ କଟକ, ବିଶାଖାପାଟନମ,ଦିଲ୍ଲୀ,ରାଜକୋଟ ଓ ଚେନ୍ନାଇରେ ଅନୁଷ୍ଠିତ ହେବ ।

ଭାରତ- ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଓଡିଶା କ୍ରିକେଟ ଆସୋସିଏସନର ସମ୍ପାଦକ ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦେବାକୁ ବିସିସିଆଇକୁ ଅନୁରୋଧ କରିଥିଲେ । ଓସିଏର ଅନୁରୋଧ ପରେ ଏହି ମ୍ୟାଚକୁ ରିସିଡ୍ୟୁଲ କରାଯାଇ ବାରବାଟୀ ଷ୍ଟାଡିୟମକୁ ଦିଆଯାଇଛି । ବାରବାଟୀରେ ଏହି ମ୍ୟାଚ ଖେଳାଯିବା ଖବର ପରେ ଫ୍ୟାନଙ୍କ ମଧ୍ୟରେ ଉତ୍ସାହ ବଢିଯାଇଛି । କ୍ରିକେଟ ପ୍ରେମୀ ମାନେ ବହୁ ଉତ୍ସାହିତ ଅଛନ୍ତି । ଏହା ପୂର୍ବରୁ ମଧ୍ୟ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ କଟକକୁ ମିଳିଥିଲା । ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ହୋଇଥିବା ଟି-୨୦ ସିରିଜର ଏକ ମ୍ୟାଚ ବାରବାଟୀକୁ ମିଳିଥିଲା । କିନ୍ତୁ କରୋନା ପାଇଁ ଏହି ମ୍ୟାଚ ଇଡେନ ଗାର୍ଡେନକୁ ସ୍ଥାନାନ୍ତରିତ କରାଯାଇଥିଲା ।

Leave A Reply

Your email address will not be published.