ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ

ମା’ ତାରିଣୀଙ୍କ ପାଖରେ ଭୋଗଲାଗି କରିପାରିବେ ଭକ୍ତ, ଉଠିଲା କଟକଣା

0

ଏଣିକି ଆଉ ରହିବନି କଟକଣା । ଭକ୍ତମାନେ ଘଟଗାଁ ପୀଠରେ ମା’ ତାରିଣୀଙ୍କ ପାଖରେ ଭୋଗଲାଗି କରିପାରିବେ । କରୋନା ପାଇଁ ଦୀର୍ଘ ଦୁଇ ବର୍ଷ ହେବ ମା’ଙ୍କ ପାଖରେ ଭୋଗଲାଗି ଉପରେ କଟକଣା ଜାରି କରାଯାଇଥିବା ବେଳେ ଏବେ ଏହାକୁ ହଟାଯାଇଛି । ଏବେ କଟକଣା ହଟିବା ପରେ ମା’ଙ୍କ ଦର୍ଶନ ସହିତ ଭୋଗ ଲାଗି କରିପାରିବେ ଶ୍ରଦ୍ଧାଳୁ । ମନ୍ଦିର ପ୍ରବେଶ ପଥରେ ଭୋଗ ଲଗାଇବା ଓ ମା’ଙ୍କ ଦର୍ଶନ ପାଇଁ ୨ଟି ସ୍ୱତନ୍ତ୍ର ଅଲଗା ଧାଡି କରାଯାଇଛି । ସକାଳ ସାଢେ ୬ରୁ ଅପରାହ୍ନ ଗୋଟାଏ ଓ ଅପରାହ୍ନ ୩ଟା ୩୦ରୁ ରାତି ୮ ଟା ପର୍ଯ୍ୟନ୍ତ ମା’ଙ୍କ ଦର୍ଶନ ସହ ଭୋଗ ଲାଗି ହୋଇପାରିବ । ଏହା ବ୍ୟତୀତ ୧୦ ବର୍ଷରୁ କମ ପିଲା ଓ ବୃଦ୍ଧ ଲୋକଙ୍କୁ ମନ୍ଦିରରେ ପ୍ରବେଶ ପାଇଁ ଅନୁମତି ମିଳିଛି । ହେଲେ ଶ୍ରଦ୍ଧାଳୁଙ୍କ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ହେଲେ ମନ୍ଦିର ପରିସରରେ ଥିବା ପୂଜା ସାମଗ୍ରୀ, ମିଠା,ଭୋଗ ଓ ଅନ୍ନପ୍ରସାଦ ବିକ୍ରି ନେଇ ନିଷ୍ପତ୍ତି ପରେ ନିଆଯିବ । ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ହଟାଇବା ନେଇ ନିର୍ଦ୍ଦେଶ ମିଳିବା ପରେ ମା’ ତାରିଣୀ ମନ୍ଦିର ପରିଚାଳନା ବୋର୍ଡର ବୈଠକ ବସିଥିଲା । ବୈଠକରେ ଭକ୍ତ ମାନେ ମା’ଙ୍କୁ କିଭଳି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେ ନେଇ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.