ପାକିସ୍ତାନ ପେଶାୱରରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି । ମସଜିଦ୍ରେ ନମାଜ ପାଠ ସମୟରେ ଏହି ଭୟଙ୍କର ବିସ୍ପୋରଣ ହୋଇଛି । ଏଥିରେ ୩୦ ଜଣ ଆଖିବୁଜିଛନ୍ତି । ୫୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀ ମାନେ ଏହି ବିସ୍ଫୋରଣ କରିଥିବା ଜଣାପଡିଛି। ସୂଚନା ଅନୁସାରେ, ଆଜି ପ୍ରଥମେ ମସଜିଦରେ ନମାଜ ପାଠ ସମୟରେ ପୁଲିସ ଉପରକୁ ଗୁଳିଚାଳନା ହୋଇଥିଲା । ଏହା ପରେ ମସଜିଦରେ ଜଣେ ବ୍ୟକ୍ତି ଭିଡ ଭିତରେ ନିଜ ବ୍ୟକ୍ତି ନିଜକୁ ଉଡାଇଦେଇଛନ୍ତି । ବିସ୍ଫୋରଣ ଖବର ପହଞ୍ଚିବା ପରେ ଉଦ୍ଧାରକାରୀ ଦଳ ସେଠାରେ ପହଁଞ୍ଚି ଉଦ୍ଧାର କାମ ତ୍ୱରାନିତ କରିଥିଲେ । ବିସ୍ଫୋରଣ ପଛରେ ଆତଙ୍କବାଦୀଙ୍କ ହାତ ଥିବା ଅନୁମାନ କରାଯାଉଥିବା ବେଳେ ଏଯାଏ କୌଣସି ଆତଙ୍କବାଦୀ ସଂଗଠନ ଏଥିପାଇଁ ନିଜକୁ ଦାୟୀ କରିନାହାନ୍ତି। ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରି ସର୍ଚ୍ଚ ଅପରେସନ କରୁଛନ୍ତି । ୧୦ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା