ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ଚାଲିଗଲା ୩୦ ଜୀବନ

0

ପାକିସ୍ତାନ ପେଶାୱରରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି । ମସଜିଦ୍‌ରେ ନମାଜ ପାଠ ସମୟରେ ଏହି ଭୟଙ୍କର ବିସ୍ପୋରଣ ହୋଇଛି । ଏଥିରେ ୩୦ ଜଣ ଆଖିବୁଜିଛନ୍ତି । ୫୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀ ମାନେ ଏହି ବିସ୍ଫୋରଣ କରିଥିବା ଜଣାପଡିଛି। ସୂଚନା ଅନୁସାରେ, ଆଜି ପ୍ରଥମେ ମସଜିଦରେ ନମାଜ ପାଠ ସମୟରେ ପୁଲିସ ଉପରକୁ ଗୁଳିଚାଳନା ହୋଇଥିଲା । ଏହା ପରେ ମସଜିଦରେ ଜଣେ ବ୍ୟକ୍ତି ଭିଡ ଭିତରେ ନିଜ ବ୍ୟକ୍ତି ନିଜକୁ ଉଡାଇଦେଇଛନ୍ତି । ବିସ୍ଫୋରଣ ଖବର ପହଞ୍ଚିବା ପରେ ଉଦ୍ଧାରକାରୀ ଦଳ ସେଠାରେ ପହଁଞ୍ଚି ଉଦ୍ଧାର କାମ ତ୍ୱରାନିତ କରିଥିଲେ । ବିସ୍ଫୋରଣ ପଛରେ ଆତଙ୍କବାଦୀଙ୍କ ହାତ ଥିବା ଅନୁମାନ କରାଯାଉଥିବା ବେଳେ ଏଯାଏ କୌଣସି ଆତଙ୍କବାଦୀ ସଂଗଠନ ଏଥିପାଇଁ ନିଜକୁ ଦାୟୀ କରିନାହାନ୍ତି। ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରି ସର୍ଚ୍ଚ ଅପରେସନ କରୁଛନ୍ତି । ୧୦ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.