ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର

0

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର । ଏମାନଙ୍କ ମଧ୍ୟରେ ୩ ଜଣ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା ଯୋଗାଣ ଅଧିକାରୀ ଅଛନ୍ତି । ଏହାକୁ ମିଶାଇ ଏଯାଏଁ ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ୍ନ ବିଭାଗ ଅଧିନସ୍ଥ ଜନସ୍ୱାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକଜ୍ୟୁକିଟିଭ ଇଞ୍ଜିନିୟର ଅଛନ୍ତି ।

ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନଥିଲା । ତାଙ୍କ କାର୍ଯ୍ୟଶୈଳୀରୁ ଅସଙ୍ଗତି, ନିଷ୍ଠାର ଅଭାବ ଓ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ଜନସ୍ୱାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ । ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ୱବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ୱାର୍ଥ ବିରୋଧୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଆଉ ଜଣେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର କରୁଣାକର ଘଡେଇଙ୍କ ନାଁରେ ମଧ୍ୟରେ ଦୁର୍ନୀତି ଅଭିଯୋଗ ଥିବାରୁ ତାଙ୍କୁ ବିଦା କରାଯାଇଛି ।

ନୂଆପଡ଼ା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାଁରେ ମଧ୍ୟ ଦୁଇଟି ଦୁର୍ନୀତି ମାମଲା ରହିଛି । ଦୁର୍ନୀତି ନିର୍ବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲକୁ ପଠାଯାଇଛି । ଅନୁଗୁଳ ଜିଲ୍ଲାର ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାଁରେ ମଧ୍ୟ ଗୋଟିଏ ଦୁର୍ନୀତି ମାମଲା ରହିଛି । ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲା ନେଉଥିବା ବେଳେ ଧରାପଡିଥିଲେ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.