ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପାଉଁରୁଟି ଫ୍ୟାକ୍ଟ୍ରିରେ ନିଆଁ,ପୋଡ଼ି ହୋଇ ସ୍ୱାମୀ,ସ୍ତ୍ରୀ ମୃତ

0

ପାଉଁରୁଟି ଫ୍ୟାକ୍ଟ୍ରିରେ କାମ କରିବା ସମୟରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ପୋଡି ହୋଇ ଗୋଟିଏ ପରିବାର ୨ ଜଣ ସ୍ୱାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । କଲ୍ୟାଣସିଂହପୁର ଶିଖରପାଇରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଖବର ଅନୁସାରେ, କଲ୍ୟାଣସିଂହପୁର ଶିଖରପାଇ ଗାଁର ଦୟାନିଧି ବେହେରାଙ୍କ ପାଉରୁଟି ଫ୍ୟାକ୍ଟ୍ରି ରହିଛି ।

ଗତକାଲି ସନ୍ଧ୍ୟା ବେଳେ ହଠାତ କିଭଳି ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା । ଦୟାନିଧି, ତାଙ୍କ ପତ୍ନୀ ,ବଡ଼ ପୁଅ ଓ ବୋହୂ ଥିଲେ । ପାଖ ପଡୋଶୀ କବାଟ ଭାଙ୍ଗି ସମସ୍ତଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଏହାପରେ ଦୟାନିଧି ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ବେହେରାଙ୍କୂ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତର ବେଳେ ଉଭୟ୍‌ଙ୍କ ମୃତ୍ୟୁ ହୋଇଛି । ଆଉ ୩ ଗୁରୁତରଙ୍କୁ ବ୍ରହ୍ମୁପୁରରୁ ଭୁବନେଶ୍ୱର ଓ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଛି । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣାପଡିନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.