ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଏପ୍ରିଲରୁ ଆରମ୍ଭ ହେବ ‘ସମୁଲେଇ’ ପ୍ରକଳ୍ପ

0

​ସମ୍ବଲପୁର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମୁଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଉଚ୍ଚ ସଚିବସ୍ତରୀୟ ଟିମରେ ପୂର୍ତ୍ତ ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲକ୍ରିଷ୍ଣା ସମ୍ବଲପୁର ଆସିଥିଲେ।

ଏହି ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମାଆ ସମୁଲେଇଙ୍କ ଦର୍ଶନ ସହିତ ପ୍ରକଳ୍ପପାଇଁ ବିସ୍ତାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଙ୍କ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣାଧୀନ କଲୋନୀ କୁ ଅବସ୍ଥାପିତ କରାଯିବ। ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗେଇ ଦିଆଯିବ। ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଅଗଣିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ।

ମନ୍ଦିର ପାରିପାର୍ଶ୍ବ ବୁଲିବା ପରେ ଟିମ ଦୁର୍ଗାପାଲି ଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି। ​ ​ଏହି ପରିଦର୍ଶନରେ ଉତ୍ତରାଞ୍ଚଳ ରାଜସ୍ୱ କମିସନର ଡ. ସୁରେଶ ଚନ୍ଦ୍ର ଦଳେଇ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା, ସଦର ଉପଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ସହିତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.