ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଗିରଫ ହୋଇପାରନ୍ତି ଶର୍ମିଷ୍ଠା, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ

0

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଖୁବ ଶୀଘ୍ର ଗିରଫ ହୋଇପାରନ୍ତି । ତେବେ ହାଇକୋର୍ଟରେ ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଗିରଫଦାରୀକୁ ଏଡାଇବା ପାଇଁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ଶର୍ମିଷ୍ଠା । ଓଡିଶା ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଦେଇଛନ୍ତି ।

ମାନସ ସ୍ୱାଇଁ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କୁ ଧରିବାରେ ପୁଲିସ ଏଯାଏ ବିଫଳ ହୋଇଛି । ହତ୍ୟାକାଣ୍ଡ ପରଠୁ ଶର୍ମିଷ୍ଠା ଫେରାର ଥିବା ବେଳେ ପୁଲିସ ତାଙ୍କ ପତ୍ତା ପାଉନାହିଁ । ଗତକାଲି ସୂଚନା ଓ ଲୋକସଂପର୍କ ବିଭାଗର ପୂର୍ବତନ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଗିରଫ ହେବା ପରେ ଶର୍ମିଷ୍ଠାଙ୍କ ସହ ଅଡୁଆ ଆହୁରି ବଢିଯାଇଛି । ଶର୍ମିଷ୍ଠାଙ୍କ ସହ ଆଉ ଜଣେ ମହିଳା ସହଯୋଗୀଙ୍କୁ ଖୋଜୁଛି ପୁଲିସ । ସେମାନଙ୍କୁ ଗିରଫ ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

ମାନସ ହତ୍ୟା ମାମଲାରେ ଏଯାଏ ୫ ଜଣଙ୍କୁ ଗିରଫ କଲାଣି ପୁଲିସ । ଗତକାଲି ପୂର୍ବତନ ଓଆଇଏସ ନିରଞ୍ଜନ ସେଠୀ ଓ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିଲା । ଏମାନଙ୍କୁ ରିମାଣ୍ଡରେ ନେବାକୁ ପୁଲିସ ଆବେଦନ କରିବ । ରିମାଣ୍ଡରେ ନେଇ ପୁରା ଘଟଣା ପଛରେ ଆଉ କେଉଁ ମାନଙ୍କ ସଂପୃକ୍ତି ଅଛି ଏବଂ କାହିଁକି ମାନସଙ୍କୁ ହତ୍ୟା କଲେ ସେ ନେଇ ପଚରାଉଚରା କରାଯିବ । ତେବେ ଏକ ଚିପ୍ ପାଇଁ ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ଏହି ଚିପ୍‌ରେ କଣ ଥିଲା ଯାହା ପାଇଁ ମାନଓ ସ୍ୱାଇଁଙ୍କୁ ହତ୍ୟା କରାଗଲା ତାହା ଜଣାପଡିନାହିଁ । ମାନସ ଫେବୃଆରି ୬ ତାରିଖରେ ଏକ ବାହାଘରରେ ଭିଡିଓ ସୁଟିଂ କରିବାକୁ ଯାଇଥିଲେ । ତା ପରଦିନ ସକାଳେ ଭୂବନେଶ୍ୱର ଫେରୁଥିବା ବେଳେ ଅଧାବାଟରୁ ତାଙ୍କୁ ଅପହରଣ କରି ଦୟାଲ ଆଶ୍ରମ ଆଣିଥିଲେ । ସେଠାରେ ଆଣି ତାଙ୍କୁ ପ୍ରବଳ ମାଡ଼ ମାରିଥିଲେ । ମାଡ଼ ମାରିବା ପରେ ସେଠାରେ ମାନସଙ୍କ ମୃତ୍ୟୁ ହୋଇଥିଲା । ଏହା ପରେ ତାଙ୍କ ମୃତଦେହକୁ ନେଇ ନୟାଗଡ଼ ବଧିପାଟଣା ପାହାଡ଼ ତଳେ ପୋତିଦେଇଥିଲେ ।

Leave A Reply

Your email address will not be published.