ପ୍ରମୁଖ ଖବର

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଜୟପୁର ବିଧାନସଭା ଲାଗି ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି
ପ୍ରଚାର ବେଳେ ଅସୁସ୍ଥ ହୋଇପଡିଲେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ
ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ

ବିଦା ହେଲେ ଆଉ ୬ ଅଧିକାରୀ

0

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଜଣ ବାବୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟ ଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷାଧିକାରୀ ଅଛନ୍ତି । ଏମାନଙ୍କୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ୧୬୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି । ୬ ଜଣଙ୍କ ମଧ୍ୟରେ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡା ଅଛନ୍ତି । ତାଙ୍କ ନାଁ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା ।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ ଡିଭିଜନର ଏକଜ୍ୟୁକିଟିଭ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାଁରେ ମଧ୍ୟରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଏବେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଭୁବନେଶ୍ୱର ଏକଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୂୟାଁଙ୍କ ନାଁରେ ଦୁଇଟି ଦୁର୍ନୀତି ମାମଲା ଅଛି । ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଭୁବନେଶ୍ୱର ଏକଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣପୁର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅର୍ନ୍ତଯାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ସେ ୧୦ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ମାର୍ଚ୍ଚ ୨ରେ ତାଙ୍କୁ ଗିରଫ କରାଯାଇ ଜେଲରେ ପଠାଯାଇଥିଲା । ତାଙ୍କୁ ମଧ୍ୟ ବିଦା କରାଯାଇଛି ଚାକିରିରୁ ।

ସେହିପରି ଗଜପତି ଜିଲ୍ଲା ନୂଆଗଡ଼ ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ସେ ଅଫିସ ଭିତରେ ୩୦ ହଜାର ଟଙ୍କା ଲାଂଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.