ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

0

ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମତଦାନ କେନ୍ଦ୍ରକୁ ଚାଲିଚାଲି ଯାଇ ମତାଧିକାର ସାବ୍ୟସ୍ତ କରିଛନ୍ତି । ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ମଧ୍ୟ ଜଣେ ସାଧାରଣ ନାଗରିକ ଭାବେ ସବୁ ନିୟମ ପାଳନ କରି ଭୋଟ ଦେଇଛନ୍ତି ନବୀନ ପଟ୍ଟନାୟକ । ଭୋଟ ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି ।

ଟ୍ୱିଟ କରି କହିଛନ୍ତି ଯେ, ପ୍ରତ୍ୟେକଟି ଭୋଟ ମୂଲ୍ୟବାନ । ରାଜ୍ୟରେ ଆରମ୍ଭ ହୋଇଥିବା ପୌର ନିର୍ବାଚନରେ ବିପୁଳ ସଂଖ୍ୟାରେ ସାମିଲ ହୋଇ ଗଣତନ୍ତ୍ରକୁ ଆହୁରି ମଜବୁତ କରିବା । ଭୋଟ ଦେବା ସମୟରେ କୋଭିଡ ନିୟମ ପାଳନ ପ୍ରତି ବିଶେଷ ଧ୍ୟାନ ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ନିଜେ ଭୋଟ ଦେବା ସହ ସମସ୍ତଙ୍କୁ ଭୋଟ ଦେବାକୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜି ନବୀନ ନିବାସରୁ ବାହାରି ମୁଖ୍ୟମନ୍ତ୍ରୀ ପଳାସପଲ୍ଲୀ ବୁଥର ୫୩ ନମ୍ବର ୱାର୍ଡରେ ଭୋଟ ଦେବାକୁ ପହଞ୍ଚିଥିଲେ । ଭୋଟ ଦେବା ପରେ ବୁଥରୁ ବାହରି ହାତରେ ଲାଗିଥିବା କାଳିକୁ କ୍ୟାମେରା ଆଗରେ ଦେଖାଇଥିଲେ । ଏବଂ ପୁଣି ଚାଲି ଚାଲି ଭୋଟ କେନ୍ଦ୍ରରୁ ନବୀନ ନିବାସ ଫେରିଥିଲେ ।

Leave A Reply

Your email address will not be published.