ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?

0

ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଦୁଇ ଦିନଆ ଭାରତ ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତିକୁ ବିରୋଧ କରି ୧୨ ଦଫା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ । ସକାଳୁ ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଥିବା ଦେଖିବାକୁ ମିଳିଛି ।

ବନ୍ଦ ପାଳନ ବେଳେ ଦୋକାନ ବଜାର, ବସ, ଟ୍ରକ ଚଳାଚଳ, କଳାକାରଖାନା ଓ ବସ ସେବା ବନ୍ଦ ରଖିବା ନେଇ କୁହାଯାଇଛି । ଏହି ବନ୍ଦ ଡାକରାକୁ ବ୍ୟାଙ୍କ,ଟେଲିକମ ସଂଘ ମଧ୍ୟ ସମର୍ଥନ କରିଛନ୍ତି । ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଶାଖା ଗୁଡିକ ବନ୍ଦ ରହିବ । ତେବେ ପେଟ୍ରୋଲ ପମ୍ପ ଗୁଡିକ ସ୍ୱାଭାବିତ ଭାବେ ଖୋଲା ରହିବ ।

ଉତ୍କଳ ବିଶ୍ୱବିଦ୍ୟାଳୟରେ ଏହି ଦୁଇ ଦିନ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରାଯାଇଛି । ରମାଦେବୀ ବିଶ୍ୱବିଦ୍ୟାଳୟରେ ମଧ୍ୟ ପରୀକ୍ଷା ବାତିଲ କରାଯାଇଛି ବନ୍ଦ ନେଇ । ପରବର୍ତ୍ତି ସମୟରେ ପରୀକ୍ଷା ନେଇ ନୂଆ ତାରିଖ ଘୋଷଣା କରାଯିବା ଟ୍ରେଡ ୟୁନିୟନ ପକ୍ଷରୁ କୁହାଯାଇଛି ଯେ, କେନ୍ଦ୍ର ସରକାରଙ୍କ କୃଷକ ମାରଣ, ଜନ ବିରୋଧୀ ଓ ରାଷ୍ଟ୍ର ବିରୋଧୀ ନୀତି, ଦେଶର ଅତ୍ୟାବଶ୍ୟକ ସାମଗ୍ରୀ ଦର ଅହେତୁକ ବୃଦ୍ଧି, ଇଫିଏଫ ଧାରୀଙ୍କ ଜମା ଉପରେ ସୁଧହାର ହ୍ରାସ ଉପରେ ଏହି ବନ୍ଦ ଡାକରା ଦିଆଯାଇଛି ।

ବ୍ୟାଙ୍କ ଓ ବୀମା ସହିତ ଜଡିତ କର୍ମଚାରୀ ସଂଘ, କୋଇଲା, ଇସ୍ପାତ, ତୈଳ, ଡାକ କର୍ମଚାରୀ ସଂଘ, ସୂର ସଂଚାର କର୍ମଚାରୀ ସଂଘ, ଆୟକର ବିଭାଗ କର୍ମଚାରୀ ସଂଘ ଗୁଡିକ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଦୁଇ ଦିନିଆ ଭାରତ ବନ୍ଦରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.