ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?

0

ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଦୁଇ ଦିନଆ ଭାରତ ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତିକୁ ବିରୋଧ କରି ୧୨ ଦଫା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ । ସକାଳୁ ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଥିବା ଦେଖିବାକୁ ମିଳିଛି ।

ବନ୍ଦ ପାଳନ ବେଳେ ଦୋକାନ ବଜାର, ବସ, ଟ୍ରକ ଚଳାଚଳ, କଳାକାରଖାନା ଓ ବସ ସେବା ବନ୍ଦ ରଖିବା ନେଇ କୁହାଯାଇଛି । ଏହି ବନ୍ଦ ଡାକରାକୁ ବ୍ୟାଙ୍କ,ଟେଲିକମ ସଂଘ ମଧ୍ୟ ସମର୍ଥନ କରିଛନ୍ତି । ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଶାଖା ଗୁଡିକ ବନ୍ଦ ରହିବ । ତେବେ ପେଟ୍ରୋଲ ପମ୍ପ ଗୁଡିକ ସ୍ୱାଭାବିତ ଭାବେ ଖୋଲା ରହିବ ।

ଉତ୍କଳ ବିଶ୍ୱବିଦ୍ୟାଳୟରେ ଏହି ଦୁଇ ଦିନ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରାଯାଇଛି । ରମାଦେବୀ ବିଶ୍ୱବିଦ୍ୟାଳୟରେ ମଧ୍ୟ ପରୀକ୍ଷା ବାତିଲ କରାଯାଇଛି ବନ୍ଦ ନେଇ । ପରବର୍ତ୍ତି ସମୟରେ ପରୀକ୍ଷା ନେଇ ନୂଆ ତାରିଖ ଘୋଷଣା କରାଯିବା ଟ୍ରେଡ ୟୁନିୟନ ପକ୍ଷରୁ କୁହାଯାଇଛି ଯେ, କେନ୍ଦ୍ର ସରକାରଙ୍କ କୃଷକ ମାରଣ, ଜନ ବିରୋଧୀ ଓ ରାଷ୍ଟ୍ର ବିରୋଧୀ ନୀତି, ଦେଶର ଅତ୍ୟାବଶ୍ୟକ ସାମଗ୍ରୀ ଦର ଅହେତୁକ ବୃଦ୍ଧି, ଇଫିଏଫ ଧାରୀଙ୍କ ଜମା ଉପରେ ସୁଧହାର ହ୍ରାସ ଉପରେ ଏହି ବନ୍ଦ ଡାକରା ଦିଆଯାଇଛି ।

ବ୍ୟାଙ୍କ ଓ ବୀମା ସହିତ ଜଡିତ କର୍ମଚାରୀ ସଂଘ, କୋଇଲା, ଇସ୍ପାତ, ତୈଳ, ଡାକ କର୍ମଚାରୀ ସଂଘ, ସୂର ସଂଚାର କର୍ମଚାରୀ ସଂଘ, ଆୟକର ବିଭାଗ କର୍ମଚାରୀ ସଂଘ ଗୁଡିକ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଦୁଇ ଦିନିଆ ଭାରତ ବନ୍ଦରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.