ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ନବୀନ

0

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂସଦର ସେଣ୍ଟ୍ରାଲ ହଲରେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗରେ ଆଲୋଚନା କରିବେ । ଆବାସ ଯୋଜନାରେ ଘର ଯୋଗାଣ, ରାଜ୍ୟରୁ ଉଷୁନା ଚାଉଳ ଉଠାଣ, ବକେୟା ଥିବା ଧାନ କ୍ରୟ ବାବଦ ରିହାତି ,ଜିଏସଟି ବାବଦ ବକେୟା ଦେୟ, କୋଇଲା ରାଜ୍ୟଭାଗ ବୃଦ୍ଧି ଓ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୁମି ପ୍ରସଙ୍ଗରେ ମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି । ସେହିପରି ସଂସଦ ଭବନ ସ୍ଥିତ ବିଜେଡି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଦଳୀୟ ସାଂସଦମାନଙ୍କ ସହିତ ଆଜି ଆଲୋଚନା କରିବେ ।

ଓଡିଶାର ବିଭିନ୍ନ ପ୍ରସଙ୍ଗରେ ସଂସଦରେ ଶାଣିତ ସ୍ୱରରେ ଉପସ୍ଥାପନ ପାଇଁ ସେ ସାସଂଦମାନଙ୍କୁ ଗୁରୁମନ୍ତ୍ର ଦେଇପାରନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ରାଜନୈତିକ ଦୃଷ୍ଟିରୁ ବିଶେଷ ଗୁରୁତ୍ୱ ଦିଆଯାଉଛି । ଆଗକୁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ରହିଛି ।ରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ । ସଂସଦରେ ବିଜେଡି କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ ଦେଇଆସୁଥିବାରୁ ଏଥର ମଧ୍ୟ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଏନଡିଏ ପକ୍ଷରୁ ଲୋଡାଯିବାର ସମ୍ଭାବନା ରହିଛି । ଗତକାଲି ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବା ପରେ ତାଜ ହୋଟେଲରେ ବିସିସି କ୍ରୀଡା ସମ୍ମାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତୀୟ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କରିଥିଲେ ।

Leave A Reply

Your email address will not be published.