ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ନବୀନ

0

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂସଦର ସେଣ୍ଟ୍ରାଲ ହଲରେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗରେ ଆଲୋଚନା କରିବେ । ଆବାସ ଯୋଜନାରେ ଘର ଯୋଗାଣ, ରାଜ୍ୟରୁ ଉଷୁନା ଚାଉଳ ଉଠାଣ, ବକେୟା ଥିବା ଧାନ କ୍ରୟ ବାବଦ ରିହାତି ,ଜିଏସଟି ବାବଦ ବକେୟା ଦେୟ, କୋଇଲା ରାଜ୍ୟଭାଗ ବୃଦ୍ଧି ଓ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୁମି ପ୍ରସଙ୍ଗରେ ମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି । ସେହିପରି ସଂସଦ ଭବନ ସ୍ଥିତ ବିଜେଡି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଦଳୀୟ ସାଂସଦମାନଙ୍କ ସହିତ ଆଜି ଆଲୋଚନା କରିବେ ।

ଓଡିଶାର ବିଭିନ୍ନ ପ୍ରସଙ୍ଗରେ ସଂସଦରେ ଶାଣିତ ସ୍ୱରରେ ଉପସ୍ଥାପନ ପାଇଁ ସେ ସାସଂଦମାନଙ୍କୁ ଗୁରୁମନ୍ତ୍ର ଦେଇପାରନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ରାଜନୈତିକ ଦୃଷ୍ଟିରୁ ବିଶେଷ ଗୁରୁତ୍ୱ ଦିଆଯାଉଛି । ଆଗକୁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ରହିଛି ।ରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ । ସଂସଦରେ ବିଜେଡି କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ ଦେଇଆସୁଥିବାରୁ ଏଥର ମଧ୍ୟ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଏନଡିଏ ପକ୍ଷରୁ ଲୋଡାଯିବାର ସମ୍ଭାବନା ରହିଛି । ଗତକାଲି ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବା ପରେ ତାଜ ହୋଟେଲରେ ବିସିସି କ୍ରୀଡା ସମ୍ମାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତୀୟ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କରିଥିଲେ ।

Leave A Reply

Your email address will not be published.