ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ

0

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ । ଜେଲରେ ଥିବା ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ ହୋଇପଡିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଖୋର୍ଦ୍ଧା ଏସପି ସୂଚନା ଦେଇଛନ୍ତି । ଉଚ୍ଚ ରକ୍ତଚାପ ଯୋଗୁ ସେ ହଠାତ ଅସୁସ୍ଥ ହୋଇପଡିଥିଲେ । ଏହା ପରେ ତାଙ୍କୁ ପ୍ରଥମେ ବାଣପୁର ଓ ପରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏବେ ବିଧାୟକ ଜେଲ ଓ ପୁଲିସ କର୍ମଚାରୀଙ୍କ କଡ଼ା ପ୍ରହରା ଭିତରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ବ୍ଳକ ଅଧ୍ୟକ୍ଷ ନିର୍ବାଚନ ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଭିଡ ଭିତରେ ଲୋକଙ୍କ ଉପରକୁ ଗାଡି ଚଢାଇ ହତ୍ୟା ଉଦ୍ୟମ କରିଥିଲେ ପ୍ରଶାନ୍ତ ଜଗଦ୍ଦେବ । ଏଥିରେ ୨୫ ଜଣ ଆହତ ହୋଇଥିଲେ । ଉତ୍ତ୍ୟକ୍ତ ଲୋକମାନେ ମଧ୍ୟ ଗାଡି ଭିତରୁ ତାଙ୍କୁ ବାହାର କରି ଲହୁଲୁହାଣ କରିଥିଲେ । ଏହା ପରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଥିଲା । ବିଧାୟକଙ୍କୁ ବି ଆକ୍ରମଣ ଅଭିଯୋଗରେ ପୁଲିସ ୯ ଜଣଙ୍କୁ ଗିରଫ କରିଛି ।

Leave A Reply

Your email address will not be published.