ପ୍ରମୁଖ ଖବର

ବିଜେଡି ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ

0

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ । ଜେଲରେ ଥିବା ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ ହୋଇପଡିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଖୋର୍ଦ୍ଧା ଏସପି ସୂଚନା ଦେଇଛନ୍ତି । ଉଚ୍ଚ ରକ୍ତଚାପ ଯୋଗୁ ସେ ହଠାତ ଅସୁସ୍ଥ ହୋଇପଡିଥିଲେ । ଏହା ପରେ ତାଙ୍କୁ ପ୍ରଥମେ ବାଣପୁର ଓ ପରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏବେ ବିଧାୟକ ଜେଲ ଓ ପୁଲିସ କର୍ମଚାରୀଙ୍କ କଡ଼ା ପ୍ରହରା ଭିତରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ବ୍ଳକ ଅଧ୍ୟକ୍ଷ ନିର୍ବାଚନ ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଭିଡ ଭିତରେ ଲୋକଙ୍କ ଉପରକୁ ଗାଡି ଚଢାଇ ହତ୍ୟା ଉଦ୍ୟମ କରିଥିଲେ ପ୍ରଶାନ୍ତ ଜଗଦ୍ଦେବ । ଏଥିରେ ୨୫ ଜଣ ଆହତ ହୋଇଥିଲେ । ଉତ୍ତ୍ୟକ୍ତ ଲୋକମାନେ ମଧ୍ୟ ଗାଡି ଭିତରୁ ତାଙ୍କୁ ବାହାର କରି ଲହୁଲୁହାଣ କରିଥିଲେ । ଏହା ପରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଥିଲା । ବିଧାୟକଙ୍କୁ ବି ଆକ୍ରମଣ ଅଭିଯୋଗରେ ପୁଲିସ ୯ ଜଣଙ୍କୁ ଗିରଫ କରିଛି ।

Leave A Reply

Your email address will not be published.