ପୁଣି ବଢିଲା ତେଲ ଦାମ୍ । ଆଜି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୪ ପଇସା ବୃଦ୍ଧି ହୋଇଛି । ଗତ ୧୦ ଦିନରେ ୯ ଥର ବଢିଲାଣି ତୈଳ ଦର । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୧ .୮୧ ପଇସାରେ ପହଁଞ୍ଚି ଥିବା ବେଳେ ଡିଜେଲ ଦର ୯୩.୦୭ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୬ ପଇସା ଓ ଡିଜେଲ ୮୫ ପଇସା ବୃଦ୍ଧି ହୋଇଛିା ଦର ବୃଦ୍ଧି ପରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮ ଟଙ୍କା ୬୫ ପଇସା ଓ ଡିଜେଲ ଦର ୯୮ ଟଙ୍କା ୪୨ ପଇସା ରହିଛି । ଆସନ୍ତୁ ଜାଣିବା କେଉଁଠି କେତେ ରହିଛି ତୈଳ ଦର?
ସ୍ଥାନ ପେଟ୍ରୋଲ ଡିଜେଲ
ଦିଲ୍ଲୀ ୧୦୧.୮୧ ୯୩.୦୭
ମୁମ୍ବ।ଇ ୧୧୬.୭୨ ୧୦୦.୯୪
ଚେନ୍ନାଇ ୧୦୭.୪୫ ୯୭.୫୨
କୋଲକାତା ୧୧୧.୩୫ ୯୬.୨୨
ମାର୍ଚ୍ଚ ୨୨ ତାରିଖରୁ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି । ୫ ରାଜ୍ୟର ବିଧାନସଭା ନିର୍ବାଚନ ପରେ ତୈଳ ଦର ଲଗାତର ବଢିବାରେ ଲାଗିଛି । କେବଳ ମାର୍ଚ୍ଚ ୨୪ରେ ତେଲ ଦର ସ୍ଥିର ଥିଲା । ୧୦ ଦିନରେ ୯ ଦିନ ତୈଳ ଦର ବୃଦ୍ଧି ହୋଇଛି । ଯାହା ଖାଉଟିଙ୍କୁ ଚିନ୍ତାରେ ପକାଇଦେଇଛି ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ