ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୁଣି ବଢିଲା ତେଲ ଦାମ, ୧୦ ଦିନରେ ଲଗାତର ୯ ଥର ବୃଦ୍ଧି

0

ପୁଣି ବଢିଲା ତେଲ ଦାମ୍‌ । ଆଜି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୪ ପଇସା ବୃଦ୍ଧି ହୋଇଛି । ଗତ ୧୦ ଦିନରେ ୯ ଥର ବଢିଲାଣି ତୈଳ ଦର । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୧ .୮୧ ପଇସାରେ ପହଁଞ୍ଚି ଥିବା ବେଳେ ଡିଜେଲ ଦର ୯୩.୦୭ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୬ ପଇସା ଓ ଡିଜେଲ ୮୫ ପଇସା ବୃଦ୍ଧି ହୋଇଛିା ଦର ବୃଦ୍ଧି ପରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮ ଟଙ୍କା ୬୫ ପଇସା ଓ ଡିଜେଲ ଦର ୯୮ ଟଙ୍କା ୪୨ ପଇସା ରହିଛି । ଆସନ୍ତୁ ଜାଣିବା କେଉଁଠି କେତେ ରହିଛି ତୈଳ ଦର?
ସ୍ଥାନ ପେଟ୍ରୋଲ ଡିଜେଲ
ଦିଲ୍ଲୀ ୧୦୧.୮୧ ୯୩.୦୭
ମୁମ୍ବ।ଇ ୧୧୬.୭୨ ୧୦୦.୯୪
ଚେନ୍ନାଇ ୧୦୭.୪୫ ୯୭.୫୨
କୋଲକାତା ୧୧୧.୩୫ ୯୬.୨୨
ମାର୍ଚ୍ଚ ୨୨ ତାରିଖରୁ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି । ୫ ରାଜ୍ୟର ବିଧାନସଭା ନିର୍ବାଚନ ପରେ ତୈଳ ଦର ଲଗାତର ବଢିବାରେ ଲାଗିଛି । କେବଳ ମାର୍ଚ୍ଚ ୨୪ରେ ତେଲ ଦର ସ୍ଥିର ଥିଲା । ୧୦ ଦିନରେ ୯ ଦିନ ତୈଳ ଦର ବୃଦ୍ଧି ହୋଇଛି । ଯାହା ଖାଉଟିଙ୍କୁ ଚିନ୍ତାରେ ପକାଇଦେଇଛି ।

Leave A Reply

Your email address will not be published.