ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

0

ରାଜ୍ୟରେ ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ପାଠ ପଢା ଆରମ୍ଭ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ସକାଳ ସାଢେ ୬ରୁ ପାଠ ପଢା ଆରମ୍ଭ ହୋଇଛି । ସାଢେ ୬ରୁ ସାଢେ ୧୦ ପର୍ଯ୍ୟନ୍ତ ଏମାନଙ୍କ କ୍ଲାସ ହେବ । ସେହିପରି ନବମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସକାଳ ୭ରୁ ପାଠପଢା ଆରମ୍ଭ ହୋଇଛି । ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ଏମାନଙ୍କ ପାଠପଢା ହେବ । ରାଜ୍ୟରେ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଦିନବେଳା ଘରୁ ଖରାରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ଅତ୍ୟଧିକ ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ସକାଳୁଆ ସ୍କୁଲ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ବିଦ୍ୟାଳୟ ଗୁଡିକରେ ପିଇବା ପାଣି ଓ ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ପିଲାମାନେ ଖରା ସମୟରେ ଛତା ବ୍ୟବହାର କରିବାକୁ କୁହାଯାଇଛି ।

Leave A Reply

Your email address will not be published.