ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

0

ରାଜ୍ୟରେ ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ପାଠ ପଢା ଆରମ୍ଭ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ସକାଳ ସାଢେ ୬ରୁ ପାଠ ପଢା ଆରମ୍ଭ ହୋଇଛି । ସାଢେ ୬ରୁ ସାଢେ ୧୦ ପର୍ଯ୍ୟନ୍ତ ଏମାନଙ୍କ କ୍ଲାସ ହେବ । ସେହିପରି ନବମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସକାଳ ୭ରୁ ପାଠପଢା ଆରମ୍ଭ ହୋଇଛି । ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ଏମାନଙ୍କ ପାଠପଢା ହେବ । ରାଜ୍ୟରେ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଦିନବେଳା ଘରୁ ଖରାରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ଅତ୍ୟଧିକ ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ସକାଳୁଆ ସ୍କୁଲ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ବିଦ୍ୟାଳୟ ଗୁଡିକରେ ପିଇବା ପାଣି ଓ ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ପିଲାମାନେ ଖରା ସମୟରେ ଛତା ବ୍ୟବହାର କରିବାକୁ କୁହାଯାଇଛି ।

Leave A Reply

Your email address will not be published.