ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରାଜ୍ୟରେ ଦୁଇ ଦିନ ଘଡଘଡି ସହ ବର୍ଷା ସମ୍ଭାବନା

0

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟପାଉଟ ହେଉଛନ୍ତି ଲୋକେ । କିନ୍ତୁ ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ରାଜ୍ୟରେ ଦୁଇ ଦିନ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର,ମୟୂରଭଞ୍ଜ, କୋରାପୁଟ,ଗଜପତି, ରାୟଗଡା ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କନ୍ଧମାଳ, ଗଞ୍ଜାମ,ଗଜପତି,ରାୟଗଡ଼ା, କୋରାପୁଟ,ବାଲେଶ୍ୱର, ଭଦକ୍ରରେ ସ୍ଥାନେ ସ୍ଥାନେ ବର୍ଷା ହୋଇପାରେ । ତେବେ କିଛି ଜିଲ୍ଲାରେ ବର୍ଷା ସତ୍ତ୍ବେ ମଧ୍ୟ ଅଧିକ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହୋଇପାରେ ।

ପଶ୍ଚିମ ଓଡିଶାର ଜିଲ୍ଲାଗୁଡିକାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗତକିଛି ଦିନ ହେଲା ପଶ୍ଚିମ ଓଡିଶାର ୬ ଜିଲ୍ଲାରେ ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା ।୪୧.୬ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ସବୁଠୁ ଉ ପ୍ତ ସହର ଥିଲାା ତେବେ ଏପ୍ରିଲ ୬ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

Leave A Reply

Your email address will not be published.