ପ୍ରମୁଖ ଖବର

ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ
ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ
କୃଷି ସଚିବଙ୍କ ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ
ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ
ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ମୋଦୀଙ୍କୁ ଭେଟିଲେ ଅପରାଜିତା

0

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ । ରାଜ୍ୟ ବିଜେପି ସଭାପତି ଓ ତାଙ୍କ ଟିମ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିବା ପରେ ଅପରାଜିତା ମୋଦୀଙ୍କୁ ଭେଟିଛନ୍ତି । ମୋଦୀଙ୍କୁ ଭେଟିବା ପରେ ଏନେଇ ଫଟୋ ଟୁଇଟ କରି ସୂଚନା ଦେଇଛନ୍ତି ଅପରାଜିତା । ଅପରାଜିତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦୁଇଟି ଫଟୋ ପୋଷ୍ଟ କରିଛନ୍ତି ।

ଟୁଇଟ କରି ଅପରାଜିତା ଲେଖିଛନ୍ତି ଯେ, ସେ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହା ସହ ବିଭିନ୍ନ ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀଙ୍କ ଉପଦେଶକୁ ମଧ୍ୟ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜର ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ । ଅପରାଜିତା ମୋଦୀଙ୍କୁ ଭେଟିବା ନେଇ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି ।

ନିକଟରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍ ନୂଆ ଦିଲ୍ଲୀ ଗସ୍ତ କରି ରାଷ୍ଟ୍ରୀୟ ସଭାପତିଙ୍କୁ ସାକ୍ଷାତ କରିଥିଲେ । ଦଳୀୟ ସଂଗଠନ ସୁଦୃଢ କରିବା ଓ ଆଗାମୀ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଡାକରାରେ ଦିଲ୍ଲୀ ଯାଇ ଆଲୋଚନା କରିଥିବା ସୂଚନା ଦେଇଥିଲେ ରାଜ୍ୟ ସଭାପତି । ତାପରେ ଦିଲ୍ଳୀ ଗସ୍ତରେ ବିରୋଧୀ ଦଳ ନେତାଙ୍କୁ ଦେଖିବାକୁ ଯାଇଥିବା ବିଜେପି ବିଧାୟକ ମାନେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଥିଲେ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବି କରିଥିଲେ । ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ରାଜ୍ୟ ବିଜେପି ନେତାଙ୍କ ଦିଲ୍ଲୀ ଡାକରାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି ।

Leave A Reply

Your email address will not be published.