ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ମୋଦୀଙ୍କୁ ଭେଟିଲେ ଅପରାଜିତା

0

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ । ରାଜ୍ୟ ବିଜେପି ସଭାପତି ଓ ତାଙ୍କ ଟିମ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିବା ପରେ ଅପରାଜିତା ମୋଦୀଙ୍କୁ ଭେଟିଛନ୍ତି । ମୋଦୀଙ୍କୁ ଭେଟିବା ପରେ ଏନେଇ ଫଟୋ ଟୁଇଟ କରି ସୂଚନା ଦେଇଛନ୍ତି ଅପରାଜିତା । ଅପରାଜିତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦୁଇଟି ଫଟୋ ପୋଷ୍ଟ କରିଛନ୍ତି ।

ଟୁଇଟ କରି ଅପରାଜିତା ଲେଖିଛନ୍ତି ଯେ, ସେ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହା ସହ ବିଭିନ୍ନ ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀଙ୍କ ଉପଦେଶକୁ ମଧ୍ୟ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜର ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ । ଅପରାଜିତା ମୋଦୀଙ୍କୁ ଭେଟିବା ନେଇ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି ।

ନିକଟରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍ ନୂଆ ଦିଲ୍ଲୀ ଗସ୍ତ କରି ରାଷ୍ଟ୍ରୀୟ ସଭାପତିଙ୍କୁ ସାକ୍ଷାତ କରିଥିଲେ । ଦଳୀୟ ସଂଗଠନ ସୁଦୃଢ କରିବା ଓ ଆଗାମୀ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଡାକରାରେ ଦିଲ୍ଲୀ ଯାଇ ଆଲୋଚନା କରିଥିବା ସୂଚନା ଦେଇଥିଲେ ରାଜ୍ୟ ସଭାପତି । ତାପରେ ଦିଲ୍ଳୀ ଗସ୍ତରେ ବିରୋଧୀ ଦଳ ନେତାଙ୍କୁ ଦେଖିବାକୁ ଯାଇଥିବା ବିଜେପି ବିଧାୟକ ମାନେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଥିଲେ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବି କରିଥିଲେ । ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ରାଜ୍ୟ ବିଜେପି ନେତାଙ୍କ ଦିଲ୍ଲୀ ଡାକରାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି ।

Leave A Reply

Your email address will not be published.