ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

0

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଘରୁ ଜବତ ହୋଇଥିଲା ନଗଦ ୨ କୋଟି ଟଙ୍କା । ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ସାଲିଆ ସାହି ବସ୍ତି ଘରୁ ୧ କୋଟି ୪୧ ଲକ୍ଷ ଜବତ ହୋଇଛି । ଯନ୍ତ୍ରୀଙ୍କ ବେଆଇନ ସମ୍ପତ୍ତି ଲୁଚାଇବାରେ ସହଯୋଗ କରିଥିବାରୁ ଗିରଫ କରାଯାଇଛି । ଗତକାଲି କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କୁ ଭିଜିଲାନ୍ସ ଗିରଫ କରିଥିଲା । ତାଙ୍କୁ ୩ ଦିନିଆ ରିମାଣ୍ଡରେ ଅଣାଯାଇଛି । ଏଯାଏଁ କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ କରିସାରିଲାଣି ଭିଜିଲାନ୍ସ । ଏହା ସହ ବହୁ ସୁନା ଗହଣା ମଧ୍ୟ ଜବତ କରାଯାଇଛି ।ଏଯାଏ ମୋଟ ତାଙ୍କ ପାଖରୁ ୩ କୋଟି ୪୧ ଲକ୍ଷ ୬୭ ହଜାର ୨୮୦ ଟଙ୍କା ଜବତ କରାଯାଇଛି । ୧୯୯୫ ମସିହାରେ କାର୍ତ୍ତିକେଶ୍ୱର ରାଉଳ କ୍ଷୁଦ୍ର ଜଳସେଚନ ବିଭାଗରେ କନିଷ୍ଠ ଯନ୍ତ୍ରୀ ଭାବେ କାମ କରୁଥିଲେ । ଏହା ପରେ ୨୦୧୩ରେ ସହକାରୀ ଯନ୍ତ୍ରୀ ଭାବେ ପଦୋନ୍ନତି ପାଇଲେ । ।ତେବେ ଏତେ ଟଙ୍କା କାର୍ତ୍ତିକେଶ୍ୱର କେଉଁଠୁ ଆଣିଲେ ତାକୁ ନେଇ ଏବେ ପ୍ରଶ୍ନ ଉଠୁଛି ।

Leave A Reply

Your email address will not be published.