ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ପୁରୀଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭ୍ୟ ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ରହି ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମେଡିକାଲ କଲେଜ ଉଦଘାଟନ ହେବା ସହ ପୁରୀବାସୀଙ୍କ ସ୍ବପ୍ନ ସାକାର ହୋଇଛି । ଉଭୟ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ପରିଶ୍ରମରୁ ଏହି ଅନୁଷ୍ଠାନ ପୁରୀବାସୀଙ୍କ ସେବା କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବ।

ପ୍ରଥମ ବ୍ୟାଚରେ ମେଡିକାଲ କଲେଜରେ ୭୦ ଛାତ୍ର ଓ ୩୦ ଛାତ୍ରୀଙ୍କୁ ମିଶାଇ ୧୦୦ ଜଣ ନାମ ଲେଖାଇଛନ୍ତି । ଶିକ୍ଷାଦାନ ଲାଗି ୧୫୦ ପ୍ରଫେସର, ରିଡର ଓ ବିଶେଷଜ୍ଞଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି। କଲେଜରେ ୪୫୦ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ପାଇଁ ୫ମହଲା ବିଶିଷ୍ଟ ଏକ ହଷ୍ଟେଲର ନିର୍ମାଣ ହୋଇଛି। କଲେଜର ନୂଆ କୋଠା ନିକଟରେ ୬୫୦ ଶଯ୍ୟା ବିଶିଷ୍ଟ ମେଲିକାଲ କଲେଜ ହସ୍ପିଟାଲ୍ ନିର୍ମାଣ କରାଯାଉଛି। ଉଦଘାଟନ ଅବସରରେ ବିଦ୍ୟାର୍ଥୀ ମାନଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ।

ଏହି ମେଡିକାଲ କଲେଜ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପ୍ରତିଷ୍ଠା କରାଯାଇଛି ।ଏହି ମେଡିକାଲ କଲେଜ ସ୍ଥାପନ କରିବାକୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଦ୍ବାରା ଓଡ଼ିଶାରେ ସ୍ବାସ୍ଥ୍ୟସେବା ଆହୁରି ସୁଦୃଢ ହୋଇପାରିବ ବୋଲି ସେ କହିଥିଲେ।

ସୂଚନା ଥାଉକି, ପୂର୍ବରୁ ଏହି ମେଡିକାଲ କଲେଜ ଉଦଘାଟନ ପାଇଁ ବିଜେଡ଼ି ଓ ବିଜେପି ମଧ୍ୟରେ ଟଣାଓଟରା ଦେଖିବାକୁ ମିଳିଥିଲା।ଏନେଇ ସମ୍ବିତ ପାତ୍ର ଟ୍ବିଟ କରି ପ୍ରତିବାଦ ଜଣାଇଥିଲେ ଏବଂ ଏହାର ଜବାବ ରଖିଥିଲେ ବିଜେଡି ସାଂସଦ ପିନାକୀ ମିଶ୍ର।

Leave A Reply

Your email address will not be published.